୬ଶହ କର୍ମଚାରୀକୁ ଛଟେଇ କଲା ଉବର ଇଣ୍ଡିଆ

ନୂଆଦିଲ୍ଲୀ,୨୭।୫: ମଙ୍ଗଳବାର ଘରୋଇ ଯାତ୍ରୀ ସେବା ପ୍ରଦାନକାରୀ କମ୍ପାନୀ ଉବର ଇଣ୍ଡିଆ ୨ୟ ଥର ପାଇଁ ପ୍ରାୟ ୬ଶହ ପୂର୍ଣ୍ଣକାଳୀନ କର୍ମଚାରୀଙ୍କୁ ଛଟେଇ କରିଛି। କରୋନା ମହାମାରୀର ପ୍ରଭାବ ଯୋଗୁ କମ୍ପାନୀ ନାନା ସମସ୍ୟା ସହ ବାଣିଜ୍ୟ କାରବାରରେ କ୍ଷତି ସହୁଛି। କମ୍ପାନୀ ଗତ କିଛି ମାସ ହେଲା ଆଶାନୁରୂପ ବାଣିଜି୍ୟକ କାରବାର କରିପାରୁନାହିଁ। ଲକ୍‌ଡାଉନ ପାଇଁ ଯାତ୍ରୀ ସେବା ବନ୍ଦ ଥିବାରୁ କମ୍ପାନୀ ବ୍ୟାପକ ଆର୍ଥତ୍କ ମାନ୍ଦାବସ୍ଥାରେ ସମ୍ମୁଖୀନ ହୋଇଛି। ଅନ୍ୟପକ୍ଷରେ କୋଭିଡ୍‌-୧୯ ସଂକ୍ରମଣର ଭୟାବହତା ପାଇଁ ଗ୍ରାହକମାନେ ମଧ୍ୟ ପୂର୍ବପରି ଆଉ ଗାଡି ବୁକିଂ କରୁନାହାନ୍ତି। କମ୍ପାନୀର ରାଜସ୍ବ କ୍ଷତି ସହ ଅନେକ ସମସ୍ୟା ସୃଷ୍ଟି ହୋଇଥିବା କମ୍ପାନୀ ସିଇଓ ପ୍ରଦୀପ ପରମେଶ୍ୱରନ ସୂଚନା ଦେଇଛନ୍ତି। ବିଭିନ୍ନ ରାଜ୍ୟରେ କମ୍ପାନୀର କର୍ମଚାରୀ କାର୍ଯ୍ୟ କରୁଛନ୍ତି। କମ୍ପାନୀ ବ୍ୟାପକ କ୍ଷତିରେ ଚାଲୁଥିବାରୁ ଉକ୍ତ କର୍ମଚାରୀଙ୍କୁ ଆବଶ୍ୟକ ବେତନଠାରୁ ଆରମ୍ଭକରି ଅନ୍ୟାନ୍ୟ ସୁବିଧା ଯୋଗାଇବା ସମ୍ଭବ ହେଉନାହିଁ। କମ୍ପାନୀ ଗତ କିଛିଦିନ ତଳେ ୩୭ଶହ କର୍ମଚାରୀ ଛଟେଇ ସହ ୪୫ଟି କାର୍ଯ୍ୟାଳୟକୁ ବନ୍ଦ କରିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri