୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ

ନିମାପଡ଼ା,୧୯।୧(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମତବ୍ୟକ୍ତ କରିଛନ୍ତି। କୁଆଖାଇ ବ୍ରିଜଠାରୁ କୁଶଭଦ୍ରା ନଦୀର ୮ଶହ ମିଟର ଖନନ କରାଯିବ। ବନ୍ୟାଜଳ ରୋକିବା ପାଇଁ ସ୍ଥାୟୀ ପ୍ରତିକାର, ବନ୍ୟା ନିୟନ୍ତ୍ରଣ ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇ ଏହି କମିଟି ଦ୍ୱାରା ସର୍ବେକ୍ଷଣ କାର୍ଯ୍ୟ କରାଯିବାକୁ ଧନୁଅଁା ବନ୍ୟା ନିୟନ୍ତ୍ରଣ କମିଟି ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ତିନିମୁହାଣଠାରେ ଅଧିକ ୫ଟି ସ୍ପାନ ନିର୍ମାଣ, ବନ୍ୟାଦାଉରୁ ରକ୍ଷା ପାଇଁ ଅଚ୍ୟୁତପୁର କାଜୁକୁ ବନ୍ଦ କରିବା ଦିଗରେ ସରକାର କୌଣସି ପଦକ୍ଷେପ ନେବାକୁ ନେଇ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ଜଳସମ୍ପଦ ବିଭାଗର ନିର୍ବାହୀ ଯନ୍ତ୍ରୀ ଶଶିଭୂଷଣ ମିଶ୍ର, ଗୋପ ସବଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଗ୍ରାମ କେଶରୀ ମହାନ୍ତି, ଧନୁଅଁା ନିୟନ୍ତ୍ରଣ କମିଟି ସଭାପତି ନୃସିଂହ ଚରଣ ଜେନା, ସମ୍ପାଦକ ନରେନ୍ଦ୍ର ଦାସ, କୋଷାଧ୍ୟକ୍ଷ ସତ୍ୟପ୍ରିୟ ନାୟକ, ଚକ୍ରଧର ନାୟକ, ପୀତବାସ ଦଳେଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri