Posted inଖେଳ

୬୧ ବର୍ଷରେ ପାଦଦେଲେ କପିଲ୍‌ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍‌

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବ୍‌ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ କପିଲ୍‌ ଦେବ୍‌ ରାମଲାଲ୍‌ ନିଖଞ୍ଜ୍‌। ତାଙ୍କର ପ୍ରଭାବଶାଳୀ ଖେଳ ପାଇଁ ପ୍ରଶଂସକ କପିଲ୍‌ଙ୍କୁ ହରିୟାଣା ତୋଫାନ୍‌ ଭାବେ ଡାକିଥାନ୍ତି। ୧୯୮୩ରେ ସେ ପ୍ରଥମ ଥର ପାଇଁ ଭାରତ ପାଇଁ ବିଶ୍ୱକପ୍‌ ଆଣିଥିଲେ। ଓ୍ବେଷ୍ଟ ଇଣ୍ଡିଜ୍‌ ସହିତ ତାଙ୍କର ବ୍ୟାଟିଂ ଏବଂ ମ୍ୟାଚ୍‌ର ଦିଗ ପରିବର୍ତ୍ତନ କରିଥିବା କଷ୍ଟସାଧ୍ୟ କ୍ୟାଚ୍‌ ସବୁଦିନ ପାଇଁ ଅବିସ୍ମରଣୀୟ ହୋଇ ରହିଛି। ସୁନ୍ଦରୀ ଅଭିନେତ୍ରୀ ସାରିକା ଠାକୁରଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ଥିଲା ବୋଲି ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ହେଉଥିଲା। ସେ ଅନ୍ୟ କେତେକଙ୍କ ସହିତ ଡେଟିଂ କରୁଥିବାର ମଧ୍ୟ ଶୁଣାଯାଉଥିଲା। ତେବେ ଶେଷରେ ସବୁ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇ ୧୯୮୦ରେ ସେ ରୋମି ଭାଟିଆଙ୍କୁ ବିବାହ କରିଥିଲେ। ବିବାହ ପରେ ସେ କନ୍ୟା ସନ୍ତାନର ପିତା ହୋଇଥିଲେ ତାଙ୍କ ଝିଅଙ୍କ ନାମ ଅମିୟା ଦେବ। ସେ ୧୩୧ ଟେଷ୍ଟ ମ୍ୟାଚ୍‌ରେ ୧୮୪ ଥର ଖେଳି ୫୨୪୮ ରନ୍‌ ସଂଗ୍ରହ କରିଛନ୍ତି। ସେଥିମଧ୍ୟରେ ୮ଟି ଶତକ ଏବଂ ୨୭ଟି ଅର୍ଦ୍ଧ ଶତକ ରହିଛି। ସେହିପରି ୨୫୫ଟି ଏକ ଦିବସୀୟ ମ୍ୟାଚ୍‌ରେ ୧୯୮ ଥର ଖେଳି ସେ ୩୭୮୩ ରନ୍‌ ସଂଗ୍ରହ କରିଛନ୍ତି। ସେଥିମଧ୍ୟରେ ଗୋଟିଏ ଶତକ ଏବଂ ୧୪ଟି ଅର୍ଦ୍ଧ ଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri