୬୧ ହଜାର କିଲୋମିଟର ଯାତ୍ରା କରି, ମଥାରେ ଲଗାଇଲେ ୪୦ ଶହୀଦ ଯବାନଙ୍କ ଘରର ମାଟି

ଶ୍ରୀନଗର,୧୪।୨: ଗତବର୍ଷ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କୁ ଶୁକ୍ରବାର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ର ଲେଥପୋରା ଶହୀଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମହାରାଷ୍ଟ୍ରର ଉମେଶ ଗୋପିନାଥ ଯାଦବ ଏହି ଶ୍ରଦ୍ଧାଞ୍ଜଳି ଉତ୍ସବର ବିଶେଷ ଅତିଥି ଥିବା ସୂଚନା ମିଳିଛି। ଉମେଶ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କ ପରିବାରଙ୍କୁ ଭେଟିବାକୁ ପାଖାପାଖି ୬୧ ହଜାର କିଲୋମିଟର ଯାତ୍ରା କରିଛନ୍ତି। ଏହାସହ ସେ ସମସ୍ତ ଶହୀଦ ଯବାନଙ୍କ ଘର, ଶ୍ମଶାନ ଓ ସ୍ମାରକସ୍ଥଳରୁ ମାଟି ଏକାଠି କରି ଶ୍ରୀନଗରେ ପହଞ୍ଚିଛନ୍ତି। ଏହାକୁ ନେଇ ଉମେଶ କହିଛନ୍ତି, ମୁଁ ଆଜି ଗର୍ବିତ ଯେ ସମସ୍ତ ପୁଲଓ୍ବାମା ଶହୀଦଙ୍କ ଘରେ ପହଞ୍ଚିପାରି ସେମାନଙ୍କ ପରିବାରର ଆଶୀର୍ବାଦ ନେଇପାରିଛି। ସୂଚନାଯୋଗ୍ୟ, ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ବର୍ଷେ ପୁରିଛି। ଏଥିରେ ଶହୀଦ ହୋଇଥିବା ୪୦ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରୀନଗର ଲୋଥପରା ଶିବିର ନିକଟରେ ଏକ ସ୍ମାରକସ୍ଥଳ ଉଦ୍‌ଘାଟନ କରାଯାଇଛି। ଯେଉଁଠାରେ ଏହି ଶହୀଦ ଯବାନଙ୍କୁ ଜୈଶ-ଇ-ଆତଙ୍କବାଦୀଙ୍କ ଦ୍ୱାରା ଆକ୍ରମଣ କରାଯାଇଥିଲା ସେହି ନିକଟରେ ଶହୀଦ ସ୍ମାରକସ୍ତମ୍ଭ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri