୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ

ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯ ରେ ୩୩୭୫ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଥିବା ବେଳେ ଏଥିମଧ୍ୟରୁ ୨୧୩୧ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବା ପାଇଁ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଆରଟିଓଙ୍କୁ ପ୍ରସ୍ତାବ ଦିଆଯାଇଥିଲା ା ଏହା ଉପରେ ଆରଟିଓଙ୍କ ପକ୍ଷରୁ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ଦିଆଯାଇଛି ା ସେହିପରି ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ଆରଟିଓଙ୍କ ପକ୍ଷରୁ ୧୨୪୪ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି ା ଆହୁରି ଜଣାଯାଇଛି, ଗଞ୍ଜାମ ଓ ଭଞ୍ଜନଗର ଆରଟିଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ନେଇ ୧୨୪୪ ଇ-ଚାଲାଣ ଉଲ୍ଲଂଘନକାରୀଙ୍କୁ ପଠାଯାଇଛି। ସେଥିମଧ୍ୟରେ ଗଞ୍ଜାମ ଆରଟିଓଙ୍କ ପକ୍ଷରୁ ୧୧୪୦ ଓ ଭଞ୍ଜନଗର ଆରଟିଓଙ୍କ ପକ୍ଷରୁ ୧୦୪ ଇ-ଚାଲାଣ ଇସ୍ୟୁ କରାଯାଇଛି। ହେଲମେଟ୍‌ ନ ପିନ୍ଧି ଗାଡି ଚଳାଇବା ନେଇ ବର୍ଷକ ମଧ୍ୟରେ ଜିଲାର ୮୫,୯୪୩ ଜଣଙ୍କଠାରୁ ଜରିମାନା ଆଦାୟ ହୋଇଛି। ସେଥିମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ୭୫,୫୯୯ ଜଣଙ୍କଠାରୁ ୧ କୋଟି ୨୨ ଲକ୍ଷ ୧୧ ହଜାର ୩୦୦ ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ ଆରଟିଓଙ୍କ ପକ୍ଷରୁ ୧୦,୩୪୪ ଜଣଙ୍କଠାରୁ ୫ ଲକ୍ଷ ୧୩ ହଜାର ୪୦୦ ଟଙ୍କା ଜରିମାନା ଆଦାୟ ରହିଛି ା ଆହୁରି ଜଣାଯାଇଛି, ଯାଞ୍ଚ ବେଳେ ଗାଡି ବୀମା ପ୍ରମାଣପତ୍ର ନ ଥିତ୍ବା ନେଇ ୧,୬୬୦ ଜଣଙ୍କଠାରୁ ୩ ଲକ୍ଷ ୭୧ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?