୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି ବୁଥ୍‌ରେ ମୋଟ ୯୯୬ଜଣ ଭୋଟର୍‌ ଅଛନ୍ତି । ସେଥିରୁ ୫୩୯ଜଣ ଭୋଟ୍‌ ଦେଇଛନ୍ତି। ସେଥିରେ ୨୭୮ ପୁରୁଷ ଥିବା ବେଳେ ୨୬୧ ହେଉଛନ୍ତି ମହିଳା। ମତଦାନ ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଏବଂ କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବା ସହ ସିସିଟିଭି କ୍ୟାମେରା ଖଞ୍ଜା ଯାଇଥିଲା। ଗତ ୧୧ତାରିଖରେ ପ୍ରଥମ ପର୍ଯ୍ୟାୟରେ ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍‌ଗ୍ରହଣ କରାଯାଇଥିଲା। ଏହି ବୁଥ୍‌ରେ ୬୧୧ଜଣ ଭୋଟ୍‌ ଦେଇଥିବା ନେଇ ନାମ ପଞ୍ଜୀକୃତ ହୋଇଥିଲା। କିନ୍ତୁ ଇଭିଏମ୍‌ରେ ୬୩୨ ଭୋଟ୍‌ ପଡ଼ିଥିଲା। ଫଳରେ ଏହି ବୁଥ୍‌ରେ ସାନି ମତଦାନ ପାଇଁ ରିଟର୍ଣ୍ଣିଂ ଅଫିସର ତଥା ବ୍ରହ୍ମପୁର ଉପଜିଲାପାଳ ଦିଗନ୍ତ ରାଉତରାୟ ଭାରତର ନିର୍ବାଚନ କମିସନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସାନି ମତଦାନ ପାଇଁ ଅନୁରୋଧ କରିଥିଲେ । ଏହାକୁ ଗ୍ରହଣ କରି ୬୩ନଂ. ବୁଥ୍‌ରେ ସାନି ମତଦାନ ପାଇଁ ନିର୍ବାଚନ କମିସନଙ୍କ ତରଫରୁ ଘୋଷଣା କରାଯାଇଥିଲା। ପୂର୍ବରୁ ଭୂଲ୍‌କୁ ସୁଧାରିବା ପାଇଁ ଗୁରୁବାର କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିଲା। ପ୍ରିଜାଇଡିଂ ଏବଂ ପୋଲିଂ ଅଫିସର୍‌ମାନେ ସତର୍କତାର ସହ ମତଦାନ  କରିଥିଲେ। ପୋଲିସ ତରଫରୁ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଟାଉନ୍‌ ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି ନିଜେ ବୁଥ୍‌ରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

୬୮୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ…

ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କ ଅନ୍ତରଙ୍ଗ ମୁହର୍ତ୍ତର ଫୋଟୋ ଭାଇରଲ ଧମକ: ବନ୍ଧାହେଲେ ପୋଲିସ ଏଏସ୍‌ଆଇ

ବ୍ରହ୍ମପୁର,୧୩।୨(ସୁବାସଚନ୍ଦ୍ର ପାଢ଼ୀ):ଇନଷ୍ଟାଗ୍ରାମରେ ମହିଳାଙ୍କ ସହ ବନ୍ଧୁତା ରଖି ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେଇ ବ୍ଲାକମେଲ ଅଭିଯୋଗରେ ବନ୍ଧାହେଲେ ଜଣେ ପୋଲିସ ଏଏସ୍‌ଆଇ । ଅଭିଯୁକ୍ତ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri