୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଚନ୍ଦ୍ର ଶେଖର ସ୍ବାଇଁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲା ଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ନାୟକ ଯୋଗଦେଇ ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତାକୁ ପ୍ରଶଂସା କରିବା ସହିତ ପିଲାମାନଙ୍କ ଭବିଷ୍ୟତ କାମନା କରିଥିଲେ। ମୁଖ୍ୟବକ୍ତା ଭାବେ ମଣ୍ଡଳ ଶିକ୍ଷାଧିକାରୀ ପ୍ରଫୁଲ୍ଲ କୁମାର ବେହେରା ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ସମାଜିକ କର୍ମୀ ପ୍ରଫୁଲ୍ଲ କୁମାର ଦାସ, ଜେନାପୁର ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ, ସରପଞ୍ଚ କୃଷ୍ଣଚନ୍ଦ୍ର ପଟ୍ଟନାୟକ, ପୁରାତନ ଛାତ୍ର ସଂସଦର ସମ୍ପାଦକ ଅଶୋକ କୁମାର ସାହୁ, ଶିକ୍ଷାବିତ୍‌ ଅଜୟ କୁମାର ଦାସ, ଶାରୀରିକ ଶିକ୍ଷା ନିରୀକ୍ଷକ ରାଧାକୃଷ୍ଣ ବୋଷ ପ୍ରମୁଖ ଯୋଗଦେଇଥିଲେ। ଏହି ପ୍ରତିଯୋଗିତାରେ ୧୦ଟି ବ୍ଲକ୍‌ର ବିଭିନ୍ନ ବିଦ୍ୟାଳୟରୁ ୬୯୩ ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଛନ୍ତି। ୩ଦିନ ଧରି ଆୟୋଜିତ ପ୍ରତିଯୋଗିରେ ଭଲି ବଲ୍‌, ଖୋ ଖୋ, ଚେସ୍‌ ଓ ଯୋଗ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥିରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ର ରାଜ୍ୟସ୍ତରୀୟ କ୍ରୀଡ଼ାରେ ଭାଗ ନେଇପାରିବେ ବୋଲି ପ୍ରଧାନ ଶିକ୍ଷକ ସ୍ବାଇଁ ସୂଚନା ଦେଇଛନ୍ତି। ଶିକ୍ଷକ ନିତ୍ୟାନନ୍ଦ ନାୟକ ସ୍ବାଗତ ଓ ଅତିଥି ପରିଚୟ ଦେଇଥିଲେ ା ଉକ୍ତ କ୍ରୀଡ଼ା ପରିଚାଳନାରେ ତ୍ରିଲୋଚନ ଜେନା, ସୁବାସ ଚନ୍ଦ୍ର ବାରିକ, ଗଣେଶ୍ୱର ବେହେରା, ପ୍ରଫୁଲ୍ଲ କୁମାର ମହାରଣା, ରାଜେଶ ସେଠୀ, ବିଚିତ୍ରାନନ୍ଦ ରାଉତ, ଜୟ ପ୍ରକାଶ ତ୍ରିପାଠୀ, ଉମେଶ ବିଶ୍ୱାଳ, ରବିନାରାୟଣ ସାହୁ, ରବୀନ୍ଦ୍ର କୁମାର ମହାନ୍ତି, ଶଙ୍କର୍ଷଣ ବେହେରା, ନରୋତ୍ତମ ଶତପଥୀଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ପୂର୍ଣ୍ଣ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri