କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍‌ଫରେନ୍ସ ସୁବିଧା

କଟକ ଅଫିସ୍‌,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍‌ ଜେନେରାଲ୍‌ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ଓକିଲମାନଙ୍କ ସୁରକ୍ଷା ନେଇ ଆଲୋଚନା କରାଯାଇଛି। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ସେମାନଙ୍କୁ ଘରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛନ୍ତି। ଏଣୁ ୬୫ ବର୍ଷ ବୟସରୁ ଊର୍ଦ୍ଧ୍ୱ ଓକିଲମାନଙ୍କୁ ଭିଡିଓ କନ୍‌ଫରେନ୍ସ ସୁବିଧା ପ୍ରଦାନ କରାଯିବ। ସେମାନେ ଚାହିଁଲେ ନିଜ ଘରୁ ଭିଡିିଓ କନ୍‌ଫରେନ୍ସ ଶୁଣାଣିରେ ଭାଗ ନେଇପାରିବେ। ତେବେ ଏଥିପାଇଁ ତାଙ୍କୁ ଆଗୁଆ ହାଇକୋର୍ଟଙ୍କୁ ଇ-ମେଲ୍‌ ଜରିଆରେ ଅବଗତ କରିବାକୁ ପଡ଼ିବ। ଆବେଦନ ବେଳେ ସେମାନଙ୍କ କେସ୍‌ ନମ୍ବର, ଆଇଟମ୍‌ ନମ୍ବର ଏବଂ ବେଞ୍ଚ ସମ୍ପର୍କରେ ଉଲ୍ଲେଖ କରିବାକୁ ହେବ। ଏଥିସହ ସେମାନଙ୍କ ଫୋନ୍‌ ନମ୍ବର ଏବଂ ଇ-ମେଲ୍‌ ଦେବାକୁ ପଡ଼ିବ। ସେମାନଙ୍କୁ ହାଇକୋର୍ଟ ପକ୍ଷରୁ ଭିଡିଓ କନ୍‌ଫରେନ୍ସ ଲିଙ୍କ୍‌ ପଠାଯିବ, ଯାହାକୁ ବ୍ୟବହାର କରି ସେମାନେ ଶୁଣାଣିରେ ଭାଗନେଇପାରିବେ।
ସେହିଭଳି ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଛି। କାର୍ଯ୍ୟ ସରିବା ପରେ କୋର୍ଟ ପରିସରରେ ଉପସ୍ଥିତ ନ ରହିବା ପାଇଁ ଓକିଲମାନଙ୍କୁ ପରାମର୍ଶ ଦିଆଯାଇଛି। ହାଇକୋର୍ଟ କୋର୍ଟ ପରିସରରୁ ଭିଡିଓ କନ୍‌ଫରେନ୍ସରେ ଶୁଣାଣିରେ ଭାଗନେବା ବେଳେ ସାମାଜିକ ଦୂରତା ପାଳନ କରିବାକୁ ହେବ। ହାଇକୋର୍ଟ ଓକିଲ ସଂଘ ପକ୍ଷରୁ ଏନେଇ ଓକିଲଙ୍କୁ ଅବଗତ କରିବାକୁ କୁହାଯାଇଛି। ୪ କିମ୍ବା ୫ ଜଣ ଓକିଲ ହିଁ ଭିଡିିଓ କନ୍‌ଫରେନ୍ସ ରୁମ୍‌ରେ ଉପସ୍ଥିତ ରହିବାକୁ ପରାମର୍ଶ ଦିଆଯାଇଛି। ଯେଉଁଠାରେ ୫ରୁ ଅଧିକ କୋର୍ଟ କର୍ମଚାରୀ, ଆଇନ୍‌ଜୀବୀ, ଆବେଦନକାରୀଙ୍କ ଉପସ୍ଥିତ ଜରୁରୀ, ତୁରନ୍ତ ସେହି ସ୍ଥାନକୁ ବିଶୋଧନ କରିବା ପାଇଁ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର୍‌ଙ୍କୁ କୁହାଯାଇଛି। କୋର୍ଟ ଆଦେଶଗୁଡ଼ିକ ବିଶୋଧନ ହେବା ପରେ ହିଁ ବିଚାରପତିଙ୍କ ପାଖରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏତଦ୍‌ ବ୍ୟତୀତ ଅଧିକ ସଂଖ୍ୟକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରିବା ପାଇଁ ଡେପୁଟି ରେଜିଷ୍ଟ୍ରାର୍‌(ପ୍ରୋଟୋକଲ୍‌)ଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri