୬୮,୫୫୦ଟଙ୍କାରେ ଶୌଚାଳୟ ନିଲାମ

ରଘୁନାଥପୁର,୧୭ା୩(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠରେ ସୋମବାର ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ, ଶୌଚାଳୟ ପାଇଁ ନିଲାମ ପ୍ରକ୍ରିୟା ହୋଇଥିଲା। ନିର୍ଦ୍ଧାରିତ ସମୟରେ ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ ପାଇଁ କୌଣସି ଫର୍ମ ପଡ଼ି ନ ଥିବା ବେଳେ ଶୌଚାଳୟ ପାଇଁ ୬ଟି ଫର୍ମ ଟେଣ୍ଡର ବାକ୍ସରେ ପଡ଼ିଥିଲା। ଟେଣ୍ଡର ବାକ୍ସ ଖୋଲାଯିବା ପରେ ସର୍ବାଧିକ ମୂଲ୍ୟରେ ଆବେଦନ କରିଥିବା ସନ୍ତୋଷ ଦାସଙ୍କୁ ୬୮ହଜାର ୫ଶହ ୫୦ଟଙ୍କାରେ ନିଲାମ ପ୍ରଦାନ କରାଯାଇଥିବା ଦାୟିତ୍ୱରେ ଥିବା ସହକାରୀ ଜିଲାପାଳ ପ୍ରମୋଦ ମହାପାତ୍ର ଘୋଷଣା କରିଥିଲେ। ୧୯ତାରିଖ ମଧ୍ୟରେ ଟେଣ୍ଡର ମୂଲ୍ୟର ୬୦ପ୍ରତିଶତ ଅର୍ଥ ଟ୍ରଷ୍ଟବୋର୍ଡରେ ଜମା କରିବାରେ ଗୃହୀତା ଖିଲାପ କରନ୍ତି ଏହାକୁ ରଦ୍ଦ କରଯାଇ ପୁନର୍ବାର ଟେଣ୍ଡର କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଥିଲା। ଅନ୍ୟାନ୍ୟ ଦୋକାନ ପାଇଁ ପରବର୍ତ୍ତି ସମୟରେ ପଦକ୍ଷେପ ନିଆଯିବ ବୋଲି ମହାପାତ୍ର ସୂଚନା ଦେଇଛନ୍ତି। ମାନେଜିଂ ଟ୍ରଷ୍ଟିଙ୍କ ଅନୁପସ୍ଥିତିରେ ସହକାରୀ ଜିଲାପାଳ ପ୍ରମୋଦ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଟେଣ୍ଡର ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ଏଣ୍ଡାମେଣ୍ଟ ଇନିସପେକ୍ଟର ପୁଷ୍ପିତା ବେହେର, ତିର୍ତ୍ତୋଲ ଥାନା ପକ୍ଷରୁ ସୌମେନ୍ଦ୍ର ନାୟକ ଉପସ୍ଥିତ ଥିଲେ। ଟ୍ରଷ୍ଟ ବୋର୍ଡ ସଭ୍ୟ ପ୍ରମୋଦ ମହାନ୍ତି, ସୁଶାନ୍ତ ଦାଶ, ବାଦଲ ଯୋଗାଣିଆ, କ୍ଷୀରୋଦ ମହାନ୍ତି, ସରୋଜ ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଥାଉ କି, ଏ ନେଇ ୨୦୨୦-୨୧ ଆର୍ଥିକ ବର୍ଷ ଟେଣ୍ଡରରେ ସାମିଲ ହେବା ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ କରୋନା ପାଇଁ ମନ୍ଦିରକୁ ଭକ୍ତ କମ୍‌ ଆସୁଥିବାରୁ ନିଲାମଧାର ଦୋକାନୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି। ମାର୍ଚ୍ଚ ୩୧ରେ ନିଲାମ ଅବଧି ସରୁଥିବାରୁ ଏ ଦିଗରେ ଟ୍ରଷ୍ଟବୋର୍ଡ ବିଚାର କରିବାକୁ ଦୋକାନୀମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri