୬୯୨୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟ ସରକାର ୬୯୨୩.୨୬ କୋଟି ଟଙ୍କାର ପୁଞ୍ଜିନିବେଶକୁ ଶନିବାର ଅନୁମୋଦନ କରିଛନ୍ତି। ୩ ପ୍ରକଳ୍ପ ମାଧ୍ୟମରେ ଏହି ନିବେଶ ଦ୍ୱାରା ୪୬୩୮ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବାର ଲକ୍ଷ୍ୟ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ବସିଥିବା ୨୨ତମ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ଏହାକୁ ଅନୁମୋଦନ କରିଛି। ଏହି କମିଟି ତ୍ରିବେଣୀ ଆର୍ଥମୁଭର ପ୍ରାଃ ଲିଃର ବାର୍ଷିକ ୩୦ ମିଲିୟନ ଟନ୍‌ କ୍ଷମତା ବିଶିଷ୍ଟ ପ୍ଲାଣ୍ଟକୁ ମଞ୍ଜୁରୀ ଦେଇଛି। କେନ୍ଦୁଝର ଜିଲାର ଦେଓଝରଠାରେ ଦୁଇ ପର୍ଯ୍ୟାୟରେ ଏହାର ନିର୍ମାଣ କରାଯିବ। ଏହି ପ୍ରକଳ୍ପରେ ୧୪୨୬.୭୫ କୋଟି ଟଙ୍କାର ପୁଞ୍ଜିନିବେଶ ଦ୍ୱାରା ୮୮୪ଜଣଙ୍କୁ ନିଯୁକ୍ତି ଦେବାର ଲକ୍ଷ୍ୟ ରଖାଯାଇଛି। ଅନୁରୂପ ଭାବେ ଏହି କମ୍ପାନୀର ଭିତରଗଡ ସିଟିରେ ପେଲେଟ ପ୍ଲାଣ୍ଟକୁ ମଧ୍ୟ ସମ୍ପ୍ରସାରଣ କରାଯିବ। ୩ ପର୍ଯ୍ୟାୟରେ ବାର୍ଷିକ ୨୪ ମିଲିୟନ ଟନ୍‌ କ୍ଷମତା ବିଶିଷ୍ଟ ପ୍ଲାଣ୍ଟ ନିର୍ମିତ ହେବ। ଏହି ପ୍ରକଳ୍ପରେ ୩୩୯୬.୫୧ କୋଟି ଟଙ୍କା ନିବେଶରେ ଅତିରିକ୍ତ ୯୫୪ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ। ଅନୁରୂପ ଭାବେ ଓଡିଶା ମେଟାଲିକ୍ସ ପ୍ରାଃ ଲିଃରେ ବାର୍ଷିକ ୧.୨ ମିଲିୟନ ଟନ୍‌ ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ ସହ ୨୨୫ ମେଗାୱାଟ ସିପିପି କେନ୍ଦୁଝର ଜିଲାରେ ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପରେ ୨୧୦୦ କୋଟି ଟଙ୍କାର ନିବେଶରେ ୨୮୦୦ ଲୋକଙ୍କ ପାଇଁ ନିଯୁକ୍ତି ସୃଷ୍ଟି ହେବ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri