୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୧୯ା୯-ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ଓ ହତ୍ୟା ଉଦ୍ୟମ କରାଯାଇଥିବା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ନିରଞ୍ଜନ କୁମାର ଜେନା ୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। କୁକୁଡଡାଖଣ୍ଡି ବ୍ଲକ ହୁଗୁଳାପଟା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୂର୍ଯ୍ୟ ନାରାୟଣ ଗୌଡ଼, ତାଙ୍କ ୨ପୁଅ ଅଶୋକ କୁମାର ଗୌଡ଼, ଅନିଲ କୁମାର ଗୌଡ଼, ଭାଇ ମଙ୍ଗୁଳୁ ଗୌଡ଼ ଓ ୨ ପୁତୁରା କାଳିଆ ଗୌଡ଼, ଗାଣ୍ଡୁ ଗୌଡ଼ଙ୍କୁ ଜାମିନ ମିଳିଥିବା ତାଙ୍କ ଓକିଲ ସାୟାଦ ଇବବଲ ଓ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ହୁଗୁଳାପଟା ଗାଁର ଏକ କୋଠ ଘର ନିର୍ମାଣ କାମ ରାମଚନ୍ଦ୍ର ମହାରଣା ନେଇଥିଲେ। ଏହି ନିର୍ମାଣ କାମ ନ କରିବାକୁ ରାମଚନ୍ଦ୍ରଙ୍କୁ ସୂର୍ଯ୍ୟନାରାୟଣ କହିଥିଲେ। ରାମଚନ୍ଦ୍ର ଉକ୍ତ କାମ ଛାଡ଼ିବେନି ବୋଲି କହିବାରୁ ଗତ ୧୩ ତାରିଖ ରାତିରେ ସୂର୍ଯ୍ୟନାରାୟଣ, ତାଙ୍କ ୨ ପୁଅ, ଭାଇ ଓ ୨ ପୁତୁରା ସଂଘବଦ୍ଧ ଭାବେ ଠେଙ୍ଗାରେ ରାମଚନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ଏପରିକି ସେମାନେ ତାଙ୍କ ମା’ଙ୍କୁ ମଧ୍ୟ ଆକ୍ରମଣ କରିଥିଲେ ବୋଲି ସଦର ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏ ନେଇ ନଂ.୨୦୨/୧୯ରେ ଏକ ମାମଲା ରୁଜୁ କରି ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି

ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri