୬ ଆନ୍ତଃରାଜ୍ୟ ଲୁଟେରା ଗିରଫ

ବାଲେଶ୍ୱର ଅଫିସ, ୬।୮-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ନହରପାଟଣା ଛକରେ ଗୋଟିଏ ଟ୍ରକ୍‌ ଅଟକାଇ ୬ ଆନ୍ତଃରାଜ୍ୟ ଲୁଟେରାମାନେ ଟ୍ରକ୍‌ରେ ଥିବା କମ୍ବଳକୁ ଲୁଟିନେବାକୁ ଉଦ୍ୟମ କରିଥିଲେ। ପୋଲିସ ପହଞ୍ଚତ୍ ସମସ୍ତଙ୍କୁ କାବୁ କରିଛି। ପୋଲିସ ଲୁଟ୍‌ ସାମଗ୍ରୀ ଜବତ କରିବା ସହ ଲୁଟେରାମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
ଶନିବାର ବିଳମ୍ବିତ ରାତିରେ ଝାଡ଼ଖଣ୍ଡ ରାଜ୍ୟରୁ ବାଲେଶ୍ୱର ଅଭିମୁଖେ ଆସୁଥିବା ଏକ କମ୍ବଳ ଭର୍ତ୍ତି ଟ୍ରକ୍‌କୁ ନହରପାଟଣା ଛକରେ କେତେକ ଦୁର୍ବୃତ୍ତ ଅଟକାଇଥିଲେ। ଡ୍ରାଇଭରଙ୍କୁ ସେମାନେ ମାଡ଼ ମାରିବା ସହ ହେଲପରଙ୍କୁ ଧମକଚମକ ଦେଇ ଟ୍ରକ୍‌ରେ ଥିବା କମ୍ବଳକୁ କାଢ଼ି ନେଇ ଅନ୍ୟ ଏକ ଗାଡ଼ିରେ ଭର୍ତ୍ତି କରି ପଳାଇଯିବାକୁ ଉଦ୍ୟମ କରୁଥିଲେ। ଖବରପାଇ ସହଦେବଖୁଣ୍ଟା ପୋଲିସ ପହଞ୍ଚିଥିଲା। ପୋଲିସକୁ ଦେଖି ଲୁଟେରାମାନେ ଏଣେତେଣେ ଦୌଡ଼ିଥିଲେ। ଗିରଫ ଲୁଟେରାମାନେ ହେଲେ ମୟୂରଭଞ୍ଜ ଜିଲା ମୋରଡା ଥାନା ହଳଦୀପାଳ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ବେହେରା (୩୭), ଝାଡଖଣ୍ଡ ରାଜ୍ୟ ସଦେଇକଳା ଥାନା ନୂଆଡ଼ି ଗ୍ରାମର ନିର୍ମଳ କୁମାର ମହାତୋ (୪୨), ଆଦିତ୍ୟପୁର ଥାନା ମୁସଲିମ ବସ୍ତି ଅଞ୍ଚଳର ଇମତିଆଜ ଖାନ, ସଲଦି ବସ୍ତି ଅଞ୍ଚଳର ରାଜେଶ ଗୋରାଇ (୩୦), ଜାମସେଦପୁର ଅଞ୍ଚଳର ଅଫସର ଅଲ୍ଲୀ (୩୨) ଓ ପୂର୍ବି ସିଂହଭୂମ ଜିଲା କଡ଼ମି ଅଞ୍ଚଳର ଏମ୍‌ଡ଼ି ସାକିଲ (୨୭)। ରବିବାର ଗିରଫ ଲୁଟେରାଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri