୬ ଆନ୍ତଃରାଜ୍ୟ ଲୁଟେରା ଗିରଫ

ବାଲେଶ୍ୱର ଅଫିସ, ୬।୮-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ନହରପାଟଣା ଛକରେ ଗୋଟିଏ ଟ୍ରକ୍‌ ଅଟକାଇ ୬ ଆନ୍ତଃରାଜ୍ୟ ଲୁଟେରାମାନେ ଟ୍ରକ୍‌ରେ ଥିବା କମ୍ବଳକୁ ଲୁଟିନେବାକୁ ଉଦ୍ୟମ କରିଥିଲେ। ପୋଲିସ ପହଞ୍ଚତ୍ ସମସ୍ତଙ୍କୁ କାବୁ କରିଛି। ପୋଲିସ ଲୁଟ୍‌ ସାମଗ୍ରୀ ଜବତ କରିବା ସହ ଲୁଟେରାମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
ଶନିବାର ବିଳମ୍ବିତ ରାତିରେ ଝାଡ଼ଖଣ୍ଡ ରାଜ୍ୟରୁ ବାଲେଶ୍ୱର ଅଭିମୁଖେ ଆସୁଥିବା ଏକ କମ୍ବଳ ଭର୍ତ୍ତି ଟ୍ରକ୍‌କୁ ନହରପାଟଣା ଛକରେ କେତେକ ଦୁର୍ବୃତ୍ତ ଅଟକାଇଥିଲେ। ଡ୍ରାଇଭରଙ୍କୁ ସେମାନେ ମାଡ଼ ମାରିବା ସହ ହେଲପରଙ୍କୁ ଧମକଚମକ ଦେଇ ଟ୍ରକ୍‌ରେ ଥିବା କମ୍ବଳକୁ କାଢ଼ି ନେଇ ଅନ୍ୟ ଏକ ଗାଡ଼ିରେ ଭର୍ତ୍ତି କରି ପଳାଇଯିବାକୁ ଉଦ୍ୟମ କରୁଥିଲେ। ଖବରପାଇ ସହଦେବଖୁଣ୍ଟା ପୋଲିସ ପହଞ୍ଚିଥିଲା। ପୋଲିସକୁ ଦେଖି ଲୁଟେରାମାନେ ଏଣେତେଣେ ଦୌଡ଼ିଥିଲେ। ଗିରଫ ଲୁଟେରାମାନେ ହେଲେ ମୟୂରଭଞ୍ଜ ଜିଲା ମୋରଡା ଥାନା ହଳଦୀପାଳ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ବେହେରା (୩୭), ଝାଡଖଣ୍ଡ ରାଜ୍ୟ ସଦେଇକଳା ଥାନା ନୂଆଡ଼ି ଗ୍ରାମର ନିର୍ମଳ କୁମାର ମହାତୋ (୪୨), ଆଦିତ୍ୟପୁର ଥାନା ମୁସଲିମ ବସ୍ତି ଅଞ୍ଚଳର ଇମତିଆଜ ଖାନ, ସଲଦି ବସ୍ତି ଅଞ୍ଚଳର ରାଜେଶ ଗୋରାଇ (୩୦), ଜାମସେଦପୁର ଅଞ୍ଚଳର ଅଫସର ଅଲ୍ଲୀ (୩୨) ଓ ପୂର୍ବି ସିଂହଭୂମ ଜିଲା କଡ଼ମି ଅଞ୍ଚଳର ଏମ୍‌ଡ଼ି ସାକିଲ (୨୭)। ରବିବାର ଗିରଫ ଲୁଟେରାଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri