୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ

ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ କୁହାଯାଉଥିବା ଘଟଗାଁ ଥାନା ଅଞ୍ଚଳର ଗୋବିନ୍ଦ ଗିରି, ଝାଡ଼ଖଣ୍ଡ ମାଝି ଗାଁ ଥାନାର ମାନିକର ନାଏକ, ତୁରୁମୁଙ୍ଗା ଥାନାର ରାହୁଲ ନାଏକ, ଟମକା ଥାନାର ସୁକାନ୍ତ ପୃଷ୍ଟି, ଘଷିପୁରା ଥାନାର ଅମୂଲ୍ୟ ପାତ୍ର ଓ ବିଷ୍ଣୁ ସେନାପତି। ସେମାନଙ୍କ ନିକଟରୁ ୧୬ ଚୋରା ବାଇକ, ୩ ଦେଶୀ ପିସ୍ତଲ, ୧୦ ଅଫୁଟା ଗୁଳି, ୧ ଫାର୍ସା,୧ ଭୁଜାଲି, ୬ ମୋବାଇଲ ଫୋନ୍‌ ଜବତ କରାଯାଇଛି।
ପ୍ରକାଶ ଯେ, ଏହି ଡକାୟତି ଦଳ ତୁରୁମୁଙ୍ଗା ଥାନା ବାଉଁଶୁଳୀ ରିଜର୍ଭ ଫରେଷ୍ଟରେ ମଙ୍ଗଳବାର ରାତିରେ ଏକ ବଡ଼ଧରଣର ଡକାୟତି କରିବାକୁ ଯୋଜନା କରୁଥିଲେ। ବିଶେଷ ସୂତ୍ରରେ ଖବର ପାଇ ତୁରୁମୁଙ୍ଗା ଥାନା ଅଧିକାରୀ ଅମିତାଭ ଦାଶ, ଏସ୍‌ଆଇ ଗୁରୁପ୍ରସାଦ ଦେଓ ଓ କୈଳାସ ଚନ୍ଦ୍ର ମହାନ୍ତ ସଦଳବଳ ଚଢ଼ାଉକରି ସେମାନଙ୍କୁ ଗିରଫ କରିଛନ୍ତି। ଉକ୍ତ ଅଭିଯୁକ୍ତମାନେ ବିଭିନ୍ନ ସମୟରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଡକାୟତି କରୁଥିଲେ। ଏମାନେ ବ୍ୟାଙ୍କ ଓ ଫାଇନାନ୍ସ କମ୍ପାନୀରୁ ଅର୍ଥ ଉଠାଉଥିବା ଲୋକଙ୍କୁ ଟାର୍ଗେଟ କରୁଥିବା ଚମ୍ପୁଆ ଏସ୍‌ଡିପିଓ ହରିହର ପାଣି ସୂଚନା ଦେଇଛନ୍ତି। ଏ ନେଇ ପୋଲିସ କେସ୍‌ ନଂ. ୯୯/୧୯ରେ ଏକ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ବୁଧବାର କୋର୍ଟଚାଲାଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri