୬ କରୋନା ପଜିଟିଭ୍‌ଙ୍କ ସମ୍ପର୍କରେ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୧୦୩ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୪ ଜଣ

ଭୁବନେଶ୍ୱର,୫।୫(ବ୍ୟୁରୋ)-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୧୦୩, ୧୧୨, ୧୧୩, ୧୧୪, ୧୧୫, ୧୬୩ ନଂ କରୋନା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ପ୍ରଦାନ କରାଯାଇଛି। ୬ ଜଣଙ୍କ ଘର ସୁନ୍ଦରଗଡ଼ ଜିଲା ରାଉରକେଲାରେ ବୋଲି କୁହାଯାଇଛି। ୧୦୩ ନଂ କରୋନା ପଜିଟିଭ ଜଣେ ୬୦ ବର୍ଷିୟ ବୃଦ୍ଧ। ସେ ଲକ ଡାଉନ ସମୟରେ ଘରେ ରହୁଥିଲେ। ପରବର୍ତ୍ତୀ ସମୟରେ ତାଙ୍କର ଥଣ୍ଡା ଓ କାଶର ଲକ୍ଷଣ ଦେଖାଦେଇଥିଲା। ପରେ ୨୩ ଏପ୍ରିଲରେ ତାଙ୍କୁ କୋଭିଡ ହସ୍ପିଟାଲରେ ଆସୋଲେଶନରେ ରଖାଯାଇଥିଲା। ସେହିପରି ୧୧୨ ନଂ. ଆକ୍ରାନ୍ତଙ୍କ ବୟସ ୫୫ ବର୍ଷ ହୋଇଥିବାବେଳେ ସେ ୧୦୩ ନଂ କରୋନା ସଂକ୍ରମିତ ବ୍ୟକ୍ତି ସଂସ୍ପର୍ଶରେ ଆସିଥିଲେ। ତେବେ ତାଙ୍କ ନିକଟରେ କୌଣସି କରୋନା ଲକ୍ଷଣ ନ ଥିଲା। ୧୧୩ ନଂ. ଆକ୍ରାନ୍ତ ଜଣେ ୩୫ ବର୍ଷିୟ ମହିଳା ଓ ୧୧୪ ଆକ୍ରାନ୍ତ ଜଣେ ୩୮ ବର୍ଷିୟା ମହିଳା ହୋଇଥିବାବେଳେ ଉଭୟେ ୧୦୩ ନଂ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୧୫ ନଂ ଆକ୍ରାନ୍ତ ବ୍ୟକ୍ତି ଜଣକ ୧୦୩ ନଂ. ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୬୩ ନଂ. ସଂକ୍ରମିତ ବ୍ୟକ୍ତି ଜଣକ ତାଙ୍କ ପଡ଼ୋଶୀ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ। ତେବେ ଲକ ଡାଉନ ସମୟରେ ତାଙ୍କ ପିଲାମାନେ ବାରମ୍ବାର କ୍ରିକେଟ ଖେଳୁଥିଲେ। ସେହିପରି ତାଙ୍କ ସ୍ବାମୀ ପ୍ରତିଦିନ ବ୍ୟାଙ୍କକୁ ଯିବା ଆସିବା କରୁଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri