୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ସଫେଇ କର୍ମଚାରୀ ରହିଛନ୍ତି। ଏହି କର୍ମଚାରୀମାନେ କେନ୍ଦ୍ରାପଡା ବ୍ଲକ ପେଣ୍ଠପାଳ ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟରତ ଥିଲେ ା ଆକ୍ରାନ୍ତମାନଙ୍କୁ ଡେରବିଶ୍‌ ବ୍ଲକର ଛତାସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏମାନଙ୍କୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚତ୍ଛି ବୋଲି ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଗୁଜରାଟ, ୪ ତାମିଲନାଡୁ ଓ ୨ ଜଣ ପଶ୍ଚିମବଙ୍ଗରୁ ଆସିଛନ୍ତି। ଜିଲାରେ ପହଞ୍ଚତ୍ବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା। ପେଣ୍ଠପାଳ ଓ ମାର୍ଶାଘାଇ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟ କରୁଥିବା ୬ କର୍ମଚାରୀ ସଂକ୍ରମିତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଏଥିସହ ସଙ୍ଗରୋଧ କେନ୍ଦ୍ରରେ ରହିବା ପରେ ଘରକୁ ସର୍ତ୍ତମୂଳକ ଭାବେ ଛଡାଯାଇଥିବା ପ୍ରବାସୀଙ୍କ ମଧ୍ୟରୁ କେତେଜଣ ଆକ୍ରାନ୍ତ ଥିବା ଜଣାଯାଇଛି। ଏହା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଗ୍ରାମଗୁଡ଼ିକ ବିଶୋଧନ କରାଯାଇଛି। ଜିଲାରେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଅଦ୍ୟାବଧି ୫୭ ଜଣ ସୁସ୍ଥଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri