Posted inଜାତୀୟ

୬ କ୍ୟାବିନେଟ କମିଟିରେ ରାଜନାଥ

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ପ୍ରକାଶ କରିଥିବା କ୍ୟାବିନେଟ କମିଟି ସମ୍ପର୍କିତ ବିଜ୍ଞପ୍ତିରେ ପରିବର୍ତ୍ତନ କରିଛନ୍ତି। ଗୁରୁବାର ପ୍ରକାଶିତ ବିଜ୍ଞପ୍ତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ମାତ୍ର ୨ଟି କ୍ୟାବିନେଟ କମିଟିରେ ସଦସ୍ୟ ରଖାଯାଇଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ସମସ୍ତ ୮ଟି କମିଟିରେ ନିଆଯାଇଥିଲାା ଏହାକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ହେବା ପରେ ସରକାର ଶୁକ୍ରବାର ବିଜ୍ଞପ୍ତିରେ ସଂଶୋଧନ କରି ରାଜନାଥଙ୍କୁ ରାଜନୈତିକ ବ୍ୟାପାର, ସଂସଦୀୟ ବ୍ୟାପାର ସମେତ ନୂଆ ଗଠନ ହୋଇଥିବା ପୁଞ୍ଜିନିବେଶ ଓ ନିଯୁକ୍ତି ବୃଦ୍ଧି ସମ୍ପର୍କିତ କ୍ୟାବିନେଟ କମିଟିରେ ସାମିଲ କରିଛନ୍ତି। ପୂର୍ବ ବିଜ୍ଞପ୍ତିରେ ରାଜନାଥ କେବଳ ସୁରକ୍ଷା ଏବଂ ଆର୍ଥତ୍କ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟିରେ ସ୍ଥାନ ପାଇଥିଲେ। ଅନ୍ୟପକ୍ଷରେ ରାଜନାଥ ସିଂ ମନ୍ତ୍ରୀପଦ ଛାଡ଼ିବାକୁ ଧମକ ଦେବାରୁ ତାଙ୍କୁ ୬ଟି କ୍ୟାବିନେଟ କମିଟିରେ ନିଆଗଲା ବୋଲି ପ୍ରକାଶ ପାଇଥିବା ଖବରକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଖଣ୍ଡନ କରାଯାଇଛି।
ଭାଜପା ଅଧ୍ୟକ୍ଷ ଶାହ ୮ଟି କମିଟିରେ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି କମିଟିରେ ରହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୭ଟିରେ ଏବଂ ବାଣିଜ୍ୟ ଓ ରେଳମନ୍ତ୍ରୀ ପୀୟୂଷ ଗୋୟଲ ୫ଟି କମିଟିରେ ସଦସ୍ୟ ଅଛନ୍ତି। ପୂର୍ବ ସରକାରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଥିବା ରାଜନାଥ ଦୁଇଥର ଭାଜପା ଅଧ୍ୟକ୍ଷ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ। ନୂଆ ସରକାରରେ ତାଙ୍କୁ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟିରେ ନିଆଯାଇ ନ ଥିବା ଜଣାପଡିିବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri