୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ସାର୍ଟିଫିକେଟ ମାମଲାରେ ଓ୍ବାରେଣ୍ଟ ଜାରି

କେନ୍ଦୁଝର, ୨୩ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିପୁଳ ଖଣିଜ ସମ୍ପଦ ଲୁଟ କରିଥିବା ୩୧ ଖଣିର ୨୩ ଲିଜଧାରୀଙ୍କଠାରୁ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାମଧ୍ୟରେ ବର୍ଷାଧିକ ସମୟ ବିତିଲାଣି। କିନ୍ତୁ ସମ୍ପୃକ୍ତ ସବୁ ଖଣି ସଂସ୍ଥାଠାରୁ ମାତ୍ର ୫୨୦ କୋଟି ଟଙ୍କା ଆଦାୟ ହୋଇଛି। ଅବଶିଷ୍ଟ ଜରିମାନା ଅର୍ଥ ପୈଠ କରି ନ ଥିବା ୩୧ ଖଣି ସଂସ୍ଥା ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ୨୦୧୮ ମେ ୨୪ ତାରିଖରୁ ସାର୍ଟିଫିକେଟ ମାମଲା ଚାଲିଛି। ଶନିବାର ଏହି ମାମଲାର ଶୁଣାଣି ବେଳେ ଜରିମାନା ଦାଖଲ କରି ନ ଥିବା ୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଓ୍ବାରେଣ୍ଟ ଜାରି କରାଯାଇଛି। ଏସବୁ ଖଣି ସଂସ୍ଥା ହେଲେ ଏସଡି ଶର୍ମା, ବିପିଏମଇ, ବାସୁଦେବ ଅଗ୍ରଓ୍ବାଲ, ବି.କେ.ମହାନ୍ତି, ବି.ଡି.ପଟ୍ଟନାୟକ ଓ ନାରାୟଣୀ ଆଣ୍ଡ ସନ୍ସ। ଅନ୍ୟ ଖଣି ସଂସ୍ଥାଗୁଡ଼ିକ ଆଗାମୀ ୭ ଦିନ ମଧ୍ୟରେ ଜରିମାନା ପୈଠ ନ କଲେ ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ ବୋଲି କୋର୍ଟ ପକ୍ଷରୁ ଆଦେଶ ହୋଇଛି ା
କେନ୍ଦୁଝର ଜିଲାରେ ମହା ଖଣି ଦୁର୍ନୀତି ପଦାକୁ ଆସିବା ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶାହ କମିଶନ ଏହାର ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହି ରିପୋର୍ଟ ଭିତ୍ତିରେ ୩୧ ଖଣି ସଂସ୍ଥାରେ ବେଆଇନ କାର୍ଯ୍ୟ ହୋଇଥିବା ଜଣାପଡ଼ିବାରୁ ସୁପ୍ରିମକୋର୍ଟ ଜରିମାନା ଆଦାୟ ଲାଗି ନିର୍ଦ୍ଦେଶ ଦେଇଥିଲେ। ଜରିମାନା ପୈଠ ନ କଲେ ଓଡ଼ିଶା ପବ୍ଲିକ ଡିମାଣ୍ଡ ରିକଭରି (ଓପିଡିଆର) ଆକ୍ଟ-୧୯୬୨ ଅନୁଯାୟୀ ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବାକୁ କୁହାଯାଇଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେତେକ ଖଣି ସଂସ୍ଥା ଆଂଶିକ ଜରିମାନା ପୈଠ କରିଥିବାବେଳେ ଅନ୍ୟ କେତେକ ଆଦୌ ଦେଇ ନ ଥିଲେ। ଏହି ଖିଲାପୀ ଖଣି ସଂସ୍ଥାଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ସାର୍ଟିଫିକେଟ ମାମଲା ରୁଜୁ କରାଯାଇ ଏହାର ବିଚାର କରାଯାଉଥିଲା। ଉକ୍ତ ମାମଲାରେ ପକ୍ଷ ରଖିବା ସକାଶେ ସମ୍ପୃକ୍ତ ଖଣି ସଂସ୍ଥାକୁ ସୁଯୋଗ ଦିଆଯାଇଥିଲା। ଶନିବାର ସାର୍ଟିଫିକେଟ ମାମଲାର ବିଚାର ପାଇଁ ତାରିଖ ଧାର୍ଯ୍ୟ ହୋଇଥିବାରୁ ମୋଟ ୧୧ ଖଣି ସଂସ୍ଥାକୁ ହାଜର ହେବା ଲାଗି ନୋଟିସ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଖଣି ସଂସ୍ଥାକୁ ବାଦ୍‌ ଦେଇ ୮ ଖଣି ସଂସ୍ଥା ଜବାବ ଦାଖଲ କରିଥିଲେ। ଅନ୍ୟପକ୍ଷେ ଶାରଦା ଓ ଓଏମଡିସି ଖଣିର ମାମଲା କୋର୍ଟରେ ପେଣ୍ଡିଂ ଥିବାରୁ ଉଭୟଙ୍କୁ ଦେଢ ମାସ ପାଇଁ ସମୟ ଦିଆଯାଇଛି। ଜିଲାପାଳ ଆଶିଷ ଠାକରେ ଏହି ମାମଲାର ଶୁଣାଣି କରି ଆଗାମୀ ଏକମାସ ମଧ୍ୟରେ ଉପରୋକ୍ତ ୬ ଖଣି ସଂସ୍ଥାଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବାକୁ ପୋଲିସ ଓ ସମ୍ପୃକ୍ତ ଅଞ୍ଚଳର ତହସିଲଦାରଙ୍କୁ ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri