୬ ଜିଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର ବିପଦପୂର୍ଣ୍ଣ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ନିକଟସ୍ଥ ବହୁମୁଖୀ ବାତ୍ୟା ଆଶୟସ୍ଥଳକୁ ସ୍ଥାନାନ୍ତର କରିବାକୁ ସମ୍ପୃକ୍ତ ଜିଲାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୧୯ ତାରିଖ ଅପରାହ୍ନ ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟାକୁ ଶେଷ କରିବାକୁ କୁହାଯାଇଛି। ଡିଜିପି ଅଭୟ ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତକରି ସ୍ଥିତିର ସମୀକ୍ଷା କରିଛନ୍ତି। ପ୍ରଭାବିତ ଆଶଙ୍କା ଥିବା ଜିଲାଗୁଡ଼ିକର ପୌରାଞ୍ଚଳ ଏବଂ ଗ୍ରାମାଞ୍ଚଳଗୁଡ଼ିକରେ ଲଗାଯାଇଥିବା ସମସ୍ତ ହୋର୍ଡିଂକୁ ତୁରନ୍ତ ହଟାଇବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ମୁକାବିଲା ପାଇଁ ୨୦ଟି ଓଡ୍ରାଫ ଟିମ୍‌, ୧୯ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଏବଂ ୩୩୫ଟିି ଅଗ୍ନିଶମ ବାହିନୀ ୟୁନିଟ୍‌କୁ ପ୍ରସ୍ତୁତ ରଖାଯାଇଛି। ୬ଟି ଉପକୂଳବର୍ତ୍ତୀ ଜିଲାରେ ୧୩ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌, ୧୫ଟି ଓଡ୍ରାଫ ଟିମ୍‌ ଏବଂ ୨୧୭ ଅଗ୍ନିଶମବାହିନୀକୁ ମୁତୟନ କରାଯାଇଛି। ପ୍ରତ୍ୟେକ ବିପଦସଙ୍କୁଳ ଜିଲାକୁ ଅଗ୍ନିଶମ ଅଧିକାରୀ ଓ ଉପ ଅଧିକାରୀମାନଙ୍କୁ ଅଗ୍ନିଶମ ବାହିନୀର ସଂଯୋଜନା କରିବାକୁ ଦାୟିତ୍ୱ ଦିଆଯାଇଛି। ୧୦ଟି ଅଗ୍ନିଶମ ବାହିନୀରେ ୧୦୦ ଜଣଙ୍କୁ ପ୍ରସ୍ତୁତ ରଖାଯାଇଛି। ପ୍ରଭାବିତ ଆଶଙ୍କା ଥିବା ଅଞ୍ଚଳର ଡାକ୍ତରଖାନାଗୁଡ଼ିକରେ ଯଥେଷ୍ଟ ପରିମାଣର ଇନ୍ଧନ, ଔଷଧ, ସାପକାମୁଡା ଔଷଧ ମହଜୁଦ ରଖାଯାଇଛି। ବିପର୍ଯ୍ୟୟର ମୁବାକିଲା ତଦାରଖ ପାଇଁ ଜିଲା ଓ ବ୍ଲକ ସ୍ତରରେ ନୋଡାଲ ଅଧିକାରୀ ଚିହ୍ନଟ କରାଯାଇଛି। ଗୁରୁତର ରୋଗୀମାନଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ମେଡିକାଲ ରିଲିଫ କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଇଛି। ଶକ୍ତି ବିଭାଗ ପକ୍ଷରୁ ପ୍ରଭାବିତ ଜିଲା ପାଇଁ ନୋଡାଲ ଅଫିସର ନିଯୁକ୍ତ କରାଯାଇଛି। ଓପିଟିସିଏଲ ଏବଂ ଗ୍ରୀଡ୍‌କୋ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୨ଟି ଜିଲାରେ ଗ୍ରାମାଞ୍ଚଳ ପାନୀୟଜଳ ଯୋଗାଣ ପାଇଁ ୧୬୩ ଜେନେରେଟର ପ୍ରସ୍ତୁତ ରଖାଯାଇଛି। କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ନଗର ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ପ୍ରସ୍ତୁତି କରାଯାଇଛି।
ସମସ୍ତ ଜିଲାପାଳ, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ନିକଟରେ ସାଟେଲାଇଟ ଟେଲିଫୋନ୍‌ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୬ଟି ଉପକୂଳ ଜିଲାରେ ଥିବା ଡିଜିଟାଲ ମୋବାଇଲ ରେଡିଓକୁ ପ୍ରସ୍ତୁତ ରଖାଯାଇଛି। ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ, ଖୋର୍ଦ୍ଧା, ଯାଜପୁର ଓ କଟକରେ ଭି-ସ୍ୟାଟ୍‌ ଯୋଗାଯୋଗ ବ୍ୟବସ୍ଥା କରାଯାଇଛି। ବାତ୍ୟାରେ ଯେପରି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ନ ହେବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏ ନେଇ ସରକାର ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ବୋଲି ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri