୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୯ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, କେନ୍ଦ୍ରାପଡ଼ା, ଯାଜପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।