Mumbai city, along with adjoining suburbs, may witness heavy heavy spells of rain in Tuesday. Express Photo By Ganesh Shirsekar 17/09/2019
ଭୁବନେଶ୍ୱର,,୧୧।୧୦(ବ୍ୟୁରୋ) : ଆସନ୍ତା୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ସୋନପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତ୍ସିଂହପୁର ଏବଂ କଟକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ବାଲେଶ୍ୱରରେ ୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧.୬, ପାରାଦୀପ ୨.୫, ଭୁବନେଶ୍ୱର ୦.୩, ଗୋପାଳପୁର ୦.୭ ଏବଂ ପୁରୀରେ ୭.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।