୬ ଡକାୟତ ଗିରଫ, ଜଣେ ଫେରାର

ଛେଣ୍ଡିପଦା, ୯ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କମ୍ପସଲା ଜଙ୍ଗଲ ନିକଟରେ ଶନିବାର ରାତିରେ ଏକ ଗ୍ୟାଙ୍ଗର ଡକାୟତି ଯୋଜନା ପଣ୍ଡ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ପୋଲିସ ସେଠାରେ ଚଢ଼ାଉ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ଖଣ୍ଡା, ଭୁଜାଲି, ଦେଶୀ ବନ୍ଧୁକ ଆଦି ମାରଣାସ୍ତ୍ର, ୮ଟି ମୋବାଇଲ ଓ ଗୋଟିଏ ବାଇକ୍‌ (ନଂ.ଓଡି ୧୯ଡି ୩୨୫୦) ଜବତ କରାଯାଇଛି। ଅନ୍ୟ ଜଣେ ଅଭିଯୁକ୍ତ ବୋଲେରୋ ସହ ସେଠାରୁ ଫେରାର ହୋଇଯାଇଥିବା ପୋଲିସ କହିଛି।
ରବିବାର ଅପରାହ୍ନରେ ପୋଲିସ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଦିଆଯାଇଥିବା ସୂଚନା ମୁତାବକ, ରାତି ପ୍ରାୟ ୧ଟାବେଳେ ଏହି ଡକାୟତି ଦଳର ୭ ଜଣ ଛେଣ୍ଡିପଦାରୁ କମ୍ପସଲା ଯାଇଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତା କମ୍ପସଲା ଜଙ୍ଗଲ ନିକଟରେ କମ୍ପସଲା ଓ ବ୍ରାହ୍ମଣବିଲ ଅଞ୍ଚଳରେ ଡକାୟତି ପାଇଁ ଯୋଜନା କରୁଥିବା ଖବରପାଇ ପୋଲିସ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବୁଢାରାଜା ଡେଲି ମାର୍କେଟ ଅଞ୍ଚଳର ସୁନୀଲ ଓରଫ ମିଡିଆ ବେହେରା, ନରସିଂହପୁର ଥାନା ଦେଓଭୂଇଁ ଗାଁର ନାଲି ଓରଫ ପ୍ରଶାନ୍ତ ନାଏକ, ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ହିନ୍ଦୋଳ ଟାଉନ ଅଞ୍ଚଳର ଲିପୁ ନାଏକ, ଛେଣ୍ଡିପଦା ଥାନା କସିଡିହ ଗ୍ରାମର ସନ୍ତୋଷ ସାହୁ, ଏନ୍‌ଟିପିସି ଥାନା ବିଜିଗୋଳ ନୂଆପାଟଣା ଗାଁର ଗଜରାଜ ନାଏକ ଏବଂ ଗୋପୀନାଥପୁର ଗ୍ରାମର ପ୍ରଶାନ୍ତ ନାଏକଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ କିଛି ଦିନ ତଳେ ଛେଣ୍ଡିପଦା ଥାନା କମ୍ପସଲା ଗ୍ରାମର ଜଣେ ବ୍ୟକ୍ତିଙ୍କଠାରୁ ଏକ ମୋବାଇଲ ଓ ୧୩୦୦ ଟଙ୍କା ମାରଣାସ୍ତ୍ର ଦେଖାଇ ଲୁଟି ନେଇଥିବା ନେଇ ଛେଣ୍ଡିପଦା ଥାନାରେ ମାମଲା ରୁଜୁ ହୋଇଛି। ଏହି ଡକାୟତ ଗ୍ୟାଙ୍ଗ ରେଢାଖୋଲ, ଜୁଜୁମରା, ଚାରମାଳ, କିଆକଟା, ଅନୁଗୋଳ ଆଦି ଅଞ୍ଚଳରେ ବିଭିନ୍ନ ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ପୋଲିସ କହିଛି। ଏ ନେଇ ନଂ. ୮୩/୨୦ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଛି। ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଚଢ଼ାଉ ଜାରି ରହିଛି। ଆବଶ୍ୟକ ପଡିଲେ ଗିରଫମାନଙ୍କୁ ରିମାଣ୍ଡରେ ଅଣାଯାଇ ଘଟଣାର ତଦନ୍ତ କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri