Posted inଜାତୀୟ

୬ ଦିନ ମଧ୍ୟରେ ଦ୍ୱିତୀୟଥର କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ହେଲା ସଫଳ ପରୀକ୍ଷଣ

ବିଶାଖାପାଟନମ,୨୪।୧: ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଯେ ମାତ୍ର ୬ ଦିନ ମଧ୍ୟରେ ଦ୍ୱିତୀୟଥର ଭାରତ କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ୩୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିବାର କ୍ଷମତା ରଖୁଥିବା ଏହି କ୍ଷେପଣାସ୍ତ୍ରକୁ ବିଶାଖାପାଟନମ ଉପକୂଳରେ ପରୀକ୍ଷା କରାଯାଇଛି। ଡିଆର୍‌ଡିଓ ଦ୍ୱାରା ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମାଣ କରାଯାଇଥିବା ଏହି କ୍ଷେପଣାସ୍ତ୍ରକୁ ଶୁକ୍ରବାର ପାଣିତଳ ପ୍ଲାଟଫର୍ମରେ ପରୀକ୍ଷା କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ରବିବାର ୩୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରୁଥିବା ଏକ ମଧ୍ୟବର୍ଗ କ୍ଷେପଣାସ୍ତ୍ରର ମଧ୍ୟ ସଫଳ ପରୀକ୍ଷା କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ପରମାଣୁ ଅସ୍ତ୍ର ବହନ କରିବାର କ୍ଷମତା ରଖିଛି। ଏହି କ୍ଷେପଣାସ୍ତ୍ର ପରୀକ୍ଷା ଫଳରେ ଜଳଭାଗରେ ଭାରତର ଶକ୍ତି ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri