୬ ବଖରା ଭସ୍ମ, ୩ ଲକ୍ଷର କ୍ଷୟକ୍ଷତି

କଣିହାଁ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଦଲକ ଗ୍ରାମରେ ବୁଧବାର ପୂର୍ବାହ୍ନ ୧୧ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଚନ୍ଦ୍ରମଣି ଗଡନାୟକ ଓ ଭୋଳା ଗଡନାୟକଙ୍କ ୬ ବଖରା ବାସଗୃହ ସହ ଗୁହାଳ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ବିଦ୍ୟୁତ ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଖବରପାଇ କଣିହାଁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।  ଏଥିରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡିଛି ବୋଲି ଅଗ୍ନିଶମ ଅଧତ୍କାରୀ ରୋହିତ ବେହେରା କହିଛନ୍ତି । କଣିହାଁ ତହସିଲଦାର ରବୀନ୍ଦ୍ର ସାମଲ, ବିଡିଓ ରମେଶ କୁମାର ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଅଗ୍ନିବିପନ୍ନ ପରିବାରକୁ ପଲିଥିନ  ଓ ଖାଦ୍ୟ ସାମଗ୍ରୀ ଯୋଗାଇଥିବା ଜଣାପଡିଛି । ତୁରନ୍ତ ସେମାନଙ୍କୁ ବାସଗୃହ ସହ ଅନ୍ୟାନ୍ୟ ସରକାରୀ ସହାୟତା ଯୋଗାଇଦେବାକୁ ବିଜେଡି ଯୁବନେତା ଜୟନ୍ତ କୁମାର ପ୍ରଧାନ ଦାବି କରିଛନ୍ତି ।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?