୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଏଣିକି ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ ବୋଲି ମଙ୍ଗଳବାର ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଯେଉଁ କିରାଣିମାନେ ୬ ବର୍ଷରୁ ଅଧିକ ସମୟ ଧରି ରହିଛନ୍ତି ସେମାନଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଆଗକୁ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କ କ୍ଷେତ୍ରରେ ଏହି ନିୟମ ଲାଗୁ କରିବା ପାଇଁ ବିଚାର ବିମର୍ଷ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।