Posted inଖେଳ

୬ ବର୍ଷୀୟା ପାକିସ୍ତାନ ଝିଅକୁ ସାହାଯ୍ୟର ହାତ ବଢ଼ାଇଲେ ଗମ୍ଭୀର

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ହସ୍ତକ୍ଷେପ ପରେ ଜଣେ ୬ ବର୍ଷୀୟା ପାକିସ୍ତାନ ଝିଅର ମେଡିକାଲ ଭିଜାକୁ ମଞ୍ଜୁରି ମିଳିଛି। ଏ ସମ୍ପର୍କରେ ଗମ୍ଭୀର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଯୋଗାଯୋଗ କରିଥିଲେ। ପରେ ଓମାଇମା ଅଲି ଓ ତାଙ୍କ ମା’ ବାପାଙ୍କୁ ଭିଜା ମିଳିଛି। ପାକିସ୍ତାନ ଝିଅକୁ ମେଡିକାଲ ଭିଜା ପ୍ରଦାନ ପାଇଁ ଗମ୍ଭୀର ଚଳିତ ମାସ ୧ ତାରିଖ ଦିନ ବୈଦେଶିକ ମନ୍ତ୍ରଣାଳୟକୁ ଚିଠି ଲେଖିଥିଲେ। ଏ ଘଟଣା ସମ୍ପର୍କରେ ପୂର୍ବ ଦିଲ୍ଲୀ ଏମ୍‌ପି ଗମ୍ଭୀର କହିଛନ୍ତି, ପୂର୍ବତନ ପାକିସ୍ତାନ କ୍ରିକେଟର ମହମ୍ମଦ ୟୁସୁଫ ମୋତେ ଫୋନ କରି ଉକ୍ତ ଝିଅର ଭିଜା ପାଇଁ ଅନୁରୋଧ କରିଥିଲେ। ପୂର୍ବରୁ ସେ ନୋଏଡାରେ ଚିକିତ୍ସିତ ହେଉଥିଲେ। ଏବେ ଓମାଇମାକୁ ଯଥାଶୀଘ୍ର ଓପନ ହାର୍ଟ ସର୍ଜରି ଦରକାର। ଏଣୁ ତାଙ୍କୁ ତୁରନ୍ତ ମେଡିକାଲ ଭିଜାର ଆବଶ୍ୟକତା ରହିଛି। ବୈଦେଶିକ ମନ୍ତ୍ରୀ ଅନୁରୋଧ ଗ୍ରହଣ କରିଥିବାରୁ ମୁଁ ଧନ୍ୟବାଦ ଦେଉଛି। ଓମାଇମା ଅଟାରି ଦେଇ ବସ୍‌ ଯୋଗେ ଭାରତ ଆସିବେ। ଯଦି ୬ ବର୍ଷୀୟା ଜଣେ ଝିଅ ଭାରତରେ ଚିକିତ୍ସିତ ହୋଇପାରିବ, ଏହାଠାରୁ ଭଲ କ’ଣ ହେବ?


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?