୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ। ଏପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକ ଅଞ୍ଚଳରେ। ଉକ୍ତ ଅଞ୍ଚଳରେ ଚାଷୀ ଜମିରେ ବୋରଓ୍ବେଲ ଖୋଳାଇବା ଲାଗି ପାଣି ପରୀକ୍ଷା କରିବାକୁ ସ୍ଥାନ ଚିହ୍ନଟ ଲାଗି ବିଭାଗ ନିକଟରେ ୧ହଜାର ଲେଖାଏ ଟଙ୍କା ବାନ୍ଧି ୬ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପାଣି ପରୀକ୍ଷା ହୋଇପାରିନାହିଁ। ଏନେଇ ଚାଷୀମାନେ ବାରମ୍ବାର କାର୍ଯ୍ୟାଳୟକୁ ଦୌଡି ନିରାଶ ହୋଇଛନ୍ତି। ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କିଛି ପଦକ୍ଷେପ ନିଆଯାଉନାହିଁ।
ଖବରରୁ ଜଣାପଡିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୩ଟି ପଞ୍ଚାୟତ ଦୋରାଗୁଡା,ଗୁଣ୍ଠାୱାଡା ଓ ନୂଆଗୁଡାର ୨୪ ଜଣ ଚାଷୀ ଜଳସେଚନ ପାଇଁ ଚାଷଜମିରେ ବୋରୱେଲ ଖୋଳିବା ପାଇଁ ମାଲକାନଗିରି ଉଠା ଜଳସେଚନ ନିଗମକୁ ଦରଖାସ୍ତ କରି ପାଣି ପରୀକ୍ଷା ଲାଗି ସ୍ଥାନ ଚିହ୍ନଟ ପାଇଁ ଗତ ୬ା୬ା୨୦୧୩ରେ ଜଣ ପିଛା ୧ହଜାର ଲେଖାଏ ମୋଟ ୨୪ହଜାର ଟଙ୍କା ଦାଖଲ କରିଥିଲେ। ପାଣି ପରୀକ୍ଷା ପରେ ବୋରୱେଲ ଖୋଳିବା ସମୟରେ ଉଠାଜଳସେଚନ ନିଗମକୁ ଏନେଇ ଏସାର ଫାଉଣ୍ଡେସନ ସହାୟତା କରିଥାନ୍ତା। ମାତ୍ର ଚାଷୀମାନେ ଟଙ୍କା ବାନ୍ଧିବାର ୬ ବର୍ଷ ବିତିଯାଇଥିଲେ ମଧ୍ୟ ମାଲକାନଗିରି ଉଠାଜଳସେଚନ ନିଗମ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନାହିଁ। ଏନେଇ ବାରମ୍ବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ,ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନି। ପ୍ରଶାସନ ଚାଷୀଙ୍କ ଜମିରେ ବୋରଓ୍ବେଲ ଖୋଳିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନି କିମ୍ବା ଚାଷୀ ଦେଇଥିବା ଅର୍ଥ ଫେରସ୍ତ କରୁନାହିଁ। ଉଠାଜଳସେଚନ ନିଗମର ଅଧିକାରୀଙ୍କୁ ଚାଷୀ ମାନେ ଭେଟିବାରୁ ସେ କହିଥିଲେ ଯେ, ଆଉ ପୂର୍ବଭଳି ଦରଖାସ୍ତ ରଖି ବୋରୱେଲ ଖୋଳାଯାଉନାହିଁ। ଏବେ ଅନଲାଇନ ମାଧ୍ୟମରେ ଦରଖାସ୍ତ ଗ୍ରହଣ କରାଯାଇ ଟଙ୍କା ଜମା କଲେ ସିଧାସଳଖ ବୋରୱେଲ ଖୋଳା ଯାଉଛି। ଆଉ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରିବା ଦରକାର ନାହିଁ ବୋଲି କହି ଏଥିପାଇଁ ବିଜ୍ଞାପନ ବାହାରିବା ସମୟରେ ଦରଖାସ୍ତ କରିବା ପାଇଁ କହିଥିଲେ। ତେବେ ଏଠାରେ ପ୍ରଶ୍ନ ଉଠୁଛି ଚାଷୀ ବାନ୍ଧିଥିବା ଅର୍ଥ ସେମାନେ କିପରି ଫେରିପାଇବେ। ସେ ନେଇ ଅଧିକାରୀ ଜଣକ କିଛି କହି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

କାଗଜ କଲମରେ ସୀମିତ ଓଡ଼ିଆ ଭାଷା ସୁରକ୍ଷା

ରାୟଗଡା,୧।୪(ଭାଗ୍ୟଶ୍ରୀ ମିଶ୍ର): ସାରା ରାଜ୍ୟରେ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଉଛି l ଭାଷା ଭିତ୍ତିରେ ପ୍ରଥମ ରାଜ୍ୟ ଗଠନ ଏବଂ ସ୍ବତନ୍ତ୍ର...

ଜନସାଧାରଣ, ସମର୍ଥକ ଚାହିଁଲେ ପୁଣି ସ୍ୱାଧୀନରେ ଲଢ଼ିବେ ମକରନ୍ଦ

ରାୟଗଡ଼ା,୩୧/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ନିର୍ବାଚନମଣ୍ଡଳୀରେ ରାଜ୍ୟର ଏକମାତ୍ର ସ୍ୱାଧୀନ ବିଧାୟକ ଭାବେ ୨୦୧୯ରେ ବିଜୟୀ ହୋଇଥିଲେ ମକରନ୍ଦ ମୁଦୁଲି । ବିଜେଡ଼ିର ପ୍ରାର୍ଥି ତଥା...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri