୬ ମାସ ପରେ ଖୋଲିଲା ବାଲୁଖଣ୍ଡ ପ୍ରକୃତି ନିବାସ: ଫୁଲ, ଚନ୍ଦନ ଦେଇ ପର୍ଯ୍ୟଟକଙ୍କୁ ସ୍ବାଗତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀ ପରଠାରୁ ବନ୍ଦ ରହିଥିବା ପୁରୀର ବାଲୁଖଣ୍ଡ ପ୍ରକୃତି ନିବାସ ଠିକ୍‌ ୬ ମାସ ପରେ ଶନିବାର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ଏହା ଏବେ ପର୍ଯ୍ୟଟକଙ୍କ ରହଣି ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିଛନ୍ତି। ପର୍ଯ୍ୟଟନ ଋତୁ ଆସୁଥିବାରୁ ପ୍ରକୃତି ନିବାସ ପୂର୍ବପରି ପର୍ଯ୍ୟଟକଙ୍କ ଆକର୍ଷଣ ସାଜିବ। ଜଙ୍ଗଲ ଭିତରେ ପର୍ଯ୍ୟଟକମାନେ ରାତି ବିତାଇବା ସହ ପ୍ରକୃତିର ଭରପୂର ମଜା ନେଇପାରିବେ। ଏଥିଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ଡିଏଫ୍‌ଓ କହିଛନ୍ତି।
ଗତ ମେ’ ୩ ତାରିଖ ଫନୀରେ ବାଲୁଖଣ୍ଡ ଅଭୟାରଣ୍ୟ ସମ୍ପୂର୍ଣ୍ଣ ଭାବେ ଉଜୁଡ଼ି ଯାଇଥିଲା। ଅଭୟାରଣ୍ୟ ମଧ୍ୟରେ ରହିଥିବା ପ୍ରକୃତି ନିବାସ ମଧ୍ୟ ବ୍ୟାପକ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। କଟେଜ୍‌ଗୁଡ଼ିକ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଯାଇଥିବାବେଳେ ଏହା ପରିସରରେ ଥିବା ଗଛଗୁଡ଼ିକ ଧରାଶାୟୀ ହୋଇପଡିଥିଲା। ବନ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ ଉଦ୍ୟମ ଆରମ୍ଭ କରାଯାଇଥିଲା। ଇତିମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ ସଜାଡ଼ି ଦିଆଯାଇଛି। କଲିକତାର ଡ. ବୈଦ୍ୟନାଥ ବିଶ୍ୱାସ ଓ ତାଙ୍କ ସ୍ତ୍ରୀ ପ୍ରକୃତି ନିବାସର ଚଳିତବର୍ଷର ପ୍ରଥମ ପର୍ଯ୍ୟଟକ ଭାବେ ଏଠାରେ ରହିଛନ୍ତି। ସେମାନଙ୍କ ସହ ଆହୁରି କେତେଜଣ ପର୍ଯ୍ୟଟକ ମଧ୍ୟ ରହିବା ପାଇଁ ବୁକିଂ କରିଛନ୍ତି। ପ୍ରଥମ ଦିନରେ ସମସ୍ତ ପର୍ଯ୍ୟଟକଙ୍କୁ ଫୁଲ ଓ ଚନ୍ଦନ ଦିଆଯାଇ ସ୍ବାଗତ କରାଯାଇଛି। ଏ ସମ୍ପର୍କରେ ଡିଏଫ୍‌ଓ ଉଦ୍‌ଗାତା କହିଛନ୍ତି, ପର୍ଯ୍ୟଟନ ଋତୁ ପୂର୍ବରୁ ଏହାର ପୁନରୁଦ୍ଧାର ଲକ୍ଷ୍ୟରେ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାମ କରାଯାଇଥିଲା। ବର୍ତ୍ତମାନ ଏହା ସମ୍ପୂର୍ଣ୍ଣ ଭାବେ ପର୍ଯ୍ୟଟକଙ୍କ ରହଣି ପାଇଁ ପ୍ରସ୍ତୁତ ହୋଇଯାଇଛି। ପ୍ରାୟ ଅଢ଼େଇ ଏକର ଜମିରେ ଏହି ପ୍ରକୃତି ନିବାସ କରାଯାଇଛି। ଏଠାରେ ୧୦ଟି ଶୀତତାପ ନିୟନ୍ତ୍ରିତ କଟେଜ୍‌ ରହିଛି। ପର୍ଯ୍ୟଟକମାନେ ବୁକିଂ କରି ଏଠାରେ ରାତ୍ରିଯାପନ କରିପାରିବେ। ଗୋଟିଏ କଟେଜ୍‌ରେ ଡବଲ ବେଡ୍‌ ସହିତ ଆନୁଷଙ୍ଗିକ ସୁବିଧା ମଧ୍ୟ ରହିଛି। ଯେଉଁମାନେ ଏଠାରେ ରହିବେ, ସେମାନଙ୍କୁ ଅଭୟାରଣ୍ୟରେ ବୁଲାଇବା ସହିତ ବୋଟିଂ ସୁବିଧା ଏବଂ ଖାଦ୍ୟପେୟ ଯୋଗାଇ ଦିଆଯିବାର ବ୍ୟବସ୍ଥା ରହିଛି। ଅଭୟାରଣ୍ୟ ବୁଲାଇବା ଲାଗି ୩ଟି ଇ-ଅଟୋ ସାଙ୍ଗକୁ ପିଲାଙ୍କ ଖେଳିବା ପାଇଁ ସୁବିଧା ଅଛି। ଏପରି କି ରାତିରେ ହରିଣଙ୍କୁ ମଧ୍ୟ ଖୁବ୍‌ ନିକଟରୁ ପର୍ଯ୍ୟଟକମାନେ ଦେଖିପାରିବେ। ମୋଟାମୋଟି ପ୍ରକୃତି ଭିତରେ ରାତି କଟାଇବାକୁ ପ୍ରକୃତି ନିବାସ ହିଁ ପର୍ଯ୍ୟଟକଙ୍କ ପାଇଁ ପ୍ରକୃଷ୍ଟ ସ୍ଥାନ ବୋଲି ଡିଏଫ୍‌ଓ କହିଛନ୍ତି। ସୂଚନାଥାଉ କି, ଶ୍ରୀମନ୍ଦିର ଏବଂ ସ୍ବର୍ଣ୍ଣାଭ ବେଳାଭୂମି ପ୍ରତି ଆକୃଷ୍ଟ ହୋଇ ପୁରୀ ସହରକୁ ପର୍ଯ୍ୟଟକମାନେ ଛୁଟି ଆସୁଛନ୍ତି। ସହର ଉପକଣ୍ଠରେ ବାଲୁଖଣ୍ଡ ଅଭୟାରଣ୍ୟ, ନୂଆନଈ ଆଦି ପ୍ରାକୃତିକ ବିଭବ ରହିଥିଲେ ହେଁ ତାହାର ମଜା ଉଠାଇପାରୁ ନ ଥିଲେ ପର୍ଯ୍ୟଟକ। ତେଣୁ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ରାଜ୍ୟ ସରକାରଙ୍କ ପରିବେଶ ଓ ଜଙ୍ଗଲ ବିଭାଗ ପକ୍ଷରୁ ପ୍ରକୃତି ନିବାସର ପରିକଳ୍ପନା କରାଯାଇଥିଲା। ପୁରୀ-କୋଣାର୍କ ରାସ୍ତାର ସୈକତ ନିବାସ ନିକଟ ନୂଆନଈ କୂଳରେ ୨୦୧୬ରେ ଏହା ତିଆରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri