୬ ମାସ ପରେ ମୁଦ୍ରାସ୍ପୀତି ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୩-୮: ଜୁଲାଇରେ କଞ୍ଜ୍ୟୁମର ପ୍ରାଇସ୍‌ ଇଣ୍ଡେକ୍ସ(ସିପିଆଇ) ଅର୍ଥାତ୍‌ ଖୁଚୁରା ମୁଦ୍ରାସ୍ଫୀତି ଗତ ୬ ମାସ ପରେ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୫%କୁ କମିଛି, ଯାହା କି ଜୁନ୍‌ରେ ୩.୧୮ ପ୍ରତିଶତ ରହିଥିଲା। ସେଣ୍ଟ୍ରାଲ ଷ୍ଟାଟିଷ୍ଟିକ୍ସ ଅଫିସ୍‌(ସିଏସ୍‌ଓ) ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଖାଦ୍ୟ ସାମଗ୍ରୀର ମୂଲ୍ୟବୃଦ୍ଧି ସତ୍ତ୍ୱେ ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଗତବର୍ଷ ଜୁଲାଇରେ ମୁଦ୍ରାସ୍ଫୀତି ୪.୧୭% ରହିଥିଲା। କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟର ତଥ୍ୟ ଅନୁଯାୟୀ, ଖାଦ୍ୟପଦାର୍ଥ ମୁଦ୍ରାସ୍ଫୀତି ହାର ଜୁଲାଇରେ ୨.୩୬ ପ୍ରତିଶତ ରହିଛି, ଯାହା କି ଜୁନ୍‌ରେ ୨.୨୫% ରହିଥିଲା। ଉଲ୍ଲେଖ କରାଯାଇପାରେ ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ ଲାଗି ମୁଦ୍ରାସ୍ଫୀତି ହାର ୪% ରହିବ ବୋଲି ଅନୁମାନ କରିଛି। ସୂଚନାଥାଉ କି, ଗତ ୬ ମାସ ଧରି ମୁଦ୍ରାସ୍ଫୀତି କ୍ରମାଗତ ବଢ଼ି ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri