୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା ହଇରାଣ ହେଉଥିବା ବେଳେ ଗୃହପଳିତ ପଶୁ ଛଟପଟ ହେଉଛନ୍ତି। ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଜଳ ଯୋଗାଣ ପାଇଁ ନିଜ ନିଜର ଡିମଣ୍ଡି ପିଟୁ ଥିବା ବେଳେ ତୃଣମୂଳସ୍ତରରେ ଏହା କିଭଳି ଭାବରେ ଚାଲିଛି ସେଥିପ୍ରତି ଦୃଷ୍ଟି ଦେଉ ନାହାନ୍ତି। ବହଲପଦର ଗ୍ରାମ ପଞ୍ଚାୟତର ଅମରପାଲି ଗ୍ରାମର ଲୋକସଂଖ୍ୟା ୨ହଜାରରୁ ଅଧିକ। ଉକ୍ତ ଗ୍ରାମରେ ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ତିଆରି ହୋଇଛି ଏକ ଜଳଯୋଗାଣ ପ୍ରକଳ୍ପ। ଓଭରହେଡ ପାଣି ଟାଙ୍କି ହୋଇଛି। ପାଇପ ଲାଇନ ବିଛା ହୋଇଛି। ଷ୍ଟାଣ୍ଡପୋଷ୍ଟ ଲାଗିଛି, ମୋଟର ବି ଲାଗିଛି। ଏପରିକି ଟାଙ୍କି ପାଖରେ ବିଦ୍ୟୁତ୍‌ ସଂଯୋଗ ପାଇଁ ଟ୍ରାନ୍ସଫର୍ମର ମଧ୍ୟ ଲାଗିଛି। ସବୁ ଥାଇବି ଜଳଯୋଗାଣ ହେଉ ନ ଥିବା ଲୋକଙ୍କୁ ଅତିଷ୍ଟ କରି ପକାଇଛି। ଖବର ନେବାରୁ ଜଣାପଡିଛି ଯେ, ଏଠାରେ ଲାଗିଥିବା ମୋଟରଟି ୩ ଫେଜ ବିଦ୍ୟୁତ୍‌ ଆସୁ ନ ଥିବାରୁ ଜଳଯୋଗାଣ ହୋଇପାରୁନାହିଁ। ଗ୍ରାମ ପଞ୍ଚାୟତ ପକ୍ଷରୁ ପ୍ରତିବର୍ଷ ଏହି ପ୍ରକଳ୍ପର ବିଦ୍ୟୁତ୍‌ ବିଲ ବିଦ୍ୟୁତ ବିଭାଗକୁ ପୈଠ କରାଯାଉଛି। ମାତ୍ର ବିଭାଗ ଏଠାକୁ ବିଦ୍ୟୁତ ସେବା ଯୋଗାଉ ନାହାନ୍ତି। ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନାହାନ୍ତି।
ଗ୍ରାମରେ ଥିବା ଜଳାଶୟଗୁଡିକ ଏବେ ଶୁଖିଗଲାଣି। ଲୋକେ ବାଧ୍ୟ ହୋଇ ନଳକୂପ ଉପରେ ନିର୍ଭର କରୁଛନ୍ତି। ଗ୍ରାମରେ ଥିବା ନଳକୂପଗୁଡିକ ମଧ୍ୟରୁ ଅନେକ ଅଚଳ ହୋଇପଡିଥିବା ବେଳେ ଅଧିକ ନଳକୂପରୁ ଫ୍ଲୋରାଇଡ ପାଣି ବାହାରୁଛି। ବାଧ୍ୟ ହୋଇ ଫ୍ଲୋରାଇଡ ମିଶା ପାଣି ପିଇ ଅନେକ ଲୋକ କିଡନୀ ରୋଗରେ ଆକ୍ରାନ୍ତ ହେଉଛନ୍ତି। ୧୫ ଜଣ ଏଯାଏ କିଡିନୀ ରୋଗରେ ମୃତ୍ୟୁବରଣ କରି ସାରିଥିବା ବେଳେ ୨୫ରୁ ୩୦ଜଣ ଆକ୍ରାନ୍ତ ହୋଇ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି। ଏବେ ତାପମାତ୍ରା ବଢ଼ିବା ସହିତ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଯାଇଛି। ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ପାଇଁ ସ୍ଥାନୀୟ ଜନପ୍ରତିନିଧିଠାରୁ ଆରମ୍ଭ କରି ବିଧାୟକ, ବିଡିଓ, ବିଦ୍ୟୁତ୍‌ ବିଭାଗୀୟ ଅଧିକାରୀଙ୍କୁ ଏକାଧିକ ଥର ଅଭିଯୋଗ କଲେଣି, ମାତ୍ର କେହି ଶୁଣୁ ନ ଥିବା ଗ୍ରାମବାସୀ ଅଭିଯୋଗ କରୁଛନ୍ତି। ଗୃହପାଳିତ ପଶୁଙ୍କ ଅବସ୍ଥା ଆହୁରି ସଙ୍ଗୀନ। ତେଣୁ ବିଭାଗ ଏଥିପ୍ରତି ଗୁରୁତ୍ୱ ଦେଇ ଯଥାଶୀଘ୍ର ଉକ୍ତ ପ୍ରକଳ୍ପକୁ ବିଦ୍ୟୁତ ସଂଯୋଗ କରିବା ସହିତ ଜଳଯୋଗାଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?