Posted inରାଜ୍ୟ

୬ ମାସ ହେଲା ଭତ୍ତାରୁ ବଞ୍ଚତ୍ତ ୨୧୧ କଳାକାରପଦକ୍ଷେପ ଗ୍ରହଣ ନ ହେଲେ ଆନ୍ଦୋଳନ

କୃଷ୍ଣପ୍ରସାଦ,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ରାଜ୍ୟ ସରକାରଙ୍କଠାରୁ ୨୧୧ ଜଣ କଳାକାର ଭତ୍ତା ପାଉଥିଲେ । ଏହି ଭତ୍ତା ପାଇବା ପରେ ସେମାନଙ୍କ ବାର୍ଦ୍ଧକ୍ୟ ଭତ୍ତା ବନ୍ଦ ହୋଇଯାଇଥିଲା । ପ୍ରତି ମାସରେ ସେମାନେ ୧୨୦୦ ଟଙ୍କା କଳାକାର ଭତ୍ତା ପାଉଥିଲେ। ଚଳିତ ଜାନୁୟାରୀଠାରୁ ଦୀର୍ଘ ୬ ମାସ ହେଲା ସେମାନେ ବାର୍ଦ୍ଧକ୍ୟ କିମ୍ବା କଳାକାର ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିବାରୁ ଘୋର ଦୁଃଖ, ଦୁର୍ଦ୍ଦିନ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ଏମାନେ ହେଲେ ସାନଅଁଳର ରାମଚନ୍ଦ୍ର ସିଂ, କୁରୁପାଳର ପ୍ରଫୁଲ୍ଲ କୁମାର ଜେନା, ମୁଳିରାମ ଜେନା, ଭାବଗ୍ରାହୀ ଜେନା, ସିପିଆର ଭଗବାନ ବରାଳ, ପର୍ଶୁରାମ ପ୍ରଧାନ, ତ୍ରିନାଥ ପଲେଇ, ଗଙ୍ଗାଧର ପଲେଇ, ପଞ୍ଚାନନ ପଲେଇ, ଜଗନ୍ନାଥ ପଲେଇ, ତିତିପର କେଳୁଜେନା ଓ ବଡ଼ଝାଡ଼ର ପୂର୍ଣ୍ଣଚନ୍ଦ୍ର ଜେନା ପ୍ରମୁଖ ୨୧୧ ଜଣ କଳାକାର। ଏମାନଙ୍କ ମଧ୍ୟରୁ କେତେଜଣ ଜରାଗ୍ରସ୍ତ ହୋଇପଡ଼ିଥିବାବେଳେ ଭତ୍ତାରୁ ବଞ୍ଚତ୍ତ କରାଯାଇଥିବାରୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏଭଳି ଆର୍ଥିକ ଦୁରବସ୍ଥାବେଳେ ଦୋକାନୀମାନେ ମଧ୍ୟ ବାକି ସଉଦା ଦେବା ବନ୍ଦ କରିଦେଇଛନ୍ତି। ତେଣୁ ଦୈନିକ ଗଣ୍ଡେ ଆହାର ଯୋଗାଡ଼ କରିବା ମଧ୍ୟ ଆମ ପାଇଁ କଷ୍ଟସାଧ୍ୟ ହୋଇପଡିଛି ବୋଲି କେତେଜଣ କଳାକାର କହିଛନ୍ତି । ଏଥିପ୍ରତି ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କଲେ ଭତ୍ତାରୁ ବଞ୍ଚତ୍ତ କଳାକାର ଆନ୍ଦୋଳନ ନିମନ୍ତେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ପାଇକ ମହାସଂଘ ସମ୍ପାଦକ ସୁବାସ ଚନ୍ଦ୍ର ଜେନା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri