Posted inଖେଳ

୬ ମ୍ୟାଚ୍‌ରୁ ୪ ଅର୍ଦ୍ଧଶତକ, ୧ ଶତକ; ଏହି ଖେଳାଳି ହେଉଛନ୍ତି ଭାରତୀୟ ଦଳର ଆଗାମୀ ଷ୍ଟାର୍‌

ପୋଚେଫଷ୍ଟ୍ରୁମ,୧୦।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍‌-୧୯ ବିଶ୍ୱକପର ରବିବାର ଖେଳାଯାଇଥିବା ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍‌ ଓପନର ଯଶସ୍ବୀ ଜୈଶୁଆଲ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଯଶସ୍ବୀ ଅଣ୍ଡର୍‌-୧୯ ବିଶ୍ୱକପରେ ପାଞ୍ଚଥର ୫୦ରୁ ଅଧିକ ରନ କରିବାର ରେକର୍ଡ ନିଜ ନାଁରେ କରିଛନ୍ତି। ଯଶସ୍ବୀଙ୍କ ପୂର୍ବରୁ ବ୍ରିଟ ୱିଲିୟମ୍ସ ଓ ସର୍ଫରାଜ ଖାନ ଏହି କାରନାମା କରିଥିଲେ। ଅଷ୍ଟ୍ରେଲୀୟ କ୍ରିକେଟର୍‌ ବ୍ରିଟ ୱିଲିୟମ୍ସ ୧୯୮୮ରେ ଏହି କାରନାମା କରିଥିଲେ। ସେହିପରି ଭାରତର ସର୍ଫରାଜ ୨୦୧୬ ବିଶ୍ୱକପରେ ଏହି ରେକର୍ଡ ନିଜ ନାଁରେ କରିଥିଲେ। ଚଳିତ ବିଶ୍ୱକପରେ ଯଶସ୍ବୀ ଯଥାକ୍ରମେ ୫୯, ୨୯ରେ ଅପରାଜିତ, ୫୭ରେ ଅପରାଜିତ, ୬୨, ୧୦୫ରେ ଅପରାଜିତ, ୮୮ ରନ କରିଛନ୍ତି। ସେ ମୋଟ ୬ ଇନିଂସରେ ୪ଥର ୫୦ରୁ ଅଧିକ ସ୍କୋର କରିଛନ୍ତି ଏବଂ ଗୋଟିଏ ଶତକ ମଧ୍ୟ ମାରିଛନ୍ତି। ଯଶସ୍ବୀ ଚଳିତ ସଂସ୍କରଣରେ ୪୦୦ ରନ କରି ଟୁର୍ନାମେଣ୍ଟର ସର୍ବଶ୍ରେଷ୍ଠ ସ୍କୋରର ହୋଇଛନ୍ତି। ଯଶସ୍ବୀଙ୍କୁ ଭାରତୀୟ କ୍ରିକେଟ ଦଳର ଆଗାମୀ ଷ୍ଟାର୍‌ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri