ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇ ୬ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି।
ଜିଲା ଶ୍ରମ ଅଧିକାରୀ କୁବେର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଚାଇଲ୍ଡଲାଇନ୍ ମୁଖ୍ୟ ପ୍ରଶାନ୍ତ ରାଉତଙ୍କ ନେତୃତ୍ୱରେ ବାଲିଆପାଳ ଚାଇଲ୍ଡଲାଇନ ସବ୍ସେଣ୍ଟର ଟିମ୍ ମେମ୍ବର କ୍ରିଷ୍ଣାରାଣୀ ଅନଡିଆ, କୁନିମଣି ଭୟାଁ, ଉତ୍ତମ କୁମାର ନାୟକ, ବାଲେଶ୍ୱର ଲେବର ଇନ୍ସପେକ୍ଟର ଦିଲୀପ ହଁାସଦା, ଏନସିଏଲପିର ମୁଖ୍ୟ ତନ୍ମୟ କୁମାର ବିଶ୍ୱାଳ, ଶୁଭେନ୍ଦୁ ଦାସମହାପାତ୍ର, ଏଏସ୍ଆଇ ଅଭିମନ୍ୟୁ ସାହୁ ପ୍ରମୁଖଙ୍କୁ ନେଇ ଗଠିତ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ସେମାନେ ବାଲିଆପାଳ ବ୍ଲକ ଛକରେ ଥିବା କାଳିକା ମିଠା ଦୋକାନ ଏବଂ କାଳିପଦା ବଜାରରେ ଥିବା ଗୋପାଳ ଦାସ ମିଷ୍ଟାନ୍ନ ଭଣ୍ଡାର ଉପରେ ଚଢ଼ାଉ କରି ପଶ୍ଚିମବଙ୍ଗ ଏବଂ ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳର ୬ଜଣ ଶିଶୁ ଶ୍ରମିକଙ୍କୁ କାମ କରୁଥିବା ବେଳେ ଉଦ୍ଧାର କରିଥିଲେ। ସେଥିମଧ୍ୟରୁ ପଶ୍ଚିମଓ୍ବାଡ଼ ଗ୍ରାମର ଜଣେ, ବାଲେଶ୍ୱର ଭୀମପୁରା ଅଞ୍ଚଳର ଦୁଇଜଣ ହୋଇଥିବା ବେଳେ ପଶ୍ଚିମବଙ୍ଗର ହାୱଡ଼ା ଅଞ୍ଚଳର ୩ଜଣ ବୋଲି ଜଣାପଡ଼ିଛି। ପରେ ସେମାନଙ୍କୁ ବାଲେଶ୍ୱର ଜିଲା ଶିଶୁମଙ୍ଗଳ କମିଟି ଅଧ୍ୟକ୍ଷ ଭାଗୀରଥି ବାରିକ, ସଦସ୍ୟ ପଦ୍ମଲୋଚନ ଦତ୍ତ ଓ ଗୌରୀମଣୀ ଉପାଧ୍ୟାୟଙ୍କ ଉପସ୍ଥିତିରେ କମିଟିକୁ ହସ୍ତାନ୍ତର କରାଗଲା। ଜିଲା ଶ୍ରମ ବିଭାଗ ପକ୍ଷରୁ ଦୋକାନ ମାଲିକଙ୍କୁ ନୋଟିସ କରାଯିବ ବୋଲି ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି।
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…
ରାସ୍ତାରେ ଯାଉଯାଉ ବାଇକ୍ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…
ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ
ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ
କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…
କଏଦୀ ଫେରାର, ଜେଲର ନିଲମ୍ବିତ
ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…
ଜାରି ରହିଛି ବର୍ଷା: ବିଦ୍ୟୁତ୍ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…
ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ
ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…
ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି
କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

