୭ରୁ ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘମେଳା

ଅନୁଗୋଳ ଅଫିସ୍‌, ୨୯।୧ – ଅନୁଗୋଳର ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘ ମେଳା ଆସନ୍ତା ୭ ତାରିଖରୁ ଆରମ୍ଭ ହେବ। ଏହାର ସୁପରିଚାଳନା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମେଳାର ସଫଳ ଆୟୋଜନ ପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ବିଶେଷ ପଦକ୍ଷେପ ନେବାକୁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି। ଜନ ସମାଗମକୁ ଦୃଷ୍ଟିରେ ରଖି ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଏକ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ମେଳାରେ ପ୍ରାଥମିକ ଚିକିତ୍ସା ସହ ଏକ ଆମ୍ବୁଲାନ୍ସର ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ପାନୀୟ ଜଳ ଯୋଗାଣ ସହ ପରିମଳ ବ୍ୟବସ୍ଥା କରିବାକୁ ଉପଜିଲାପାଳ ବିଭାଗୀୟ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ମହିଳାମାନଙ୍କ ପାଇଁ ୨ଟି ଅସ୍ଥାୟୀ ଶୌଚାଳୟ ପ୍ରତିଷ୍ଠା କରିବା ସହ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଣ, ମହିମାଗାଦିକୁ ଯାଇଥିବା ରାସ୍ତାରେ ଖାଲଖମା ମରାମତି କରିବାକୁ ସମ୍ପୃକ୍ତ ବିଭାଗକୁ ପରାମର୍ଶ ଦିଆଯାଇଛି। ଅଙ୍ଗାରବନ୍ଧ ପଞ୍ଚାୟତ ରାସ୍ତା କାମ କରିବାକୁ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ଅଗ୍ନି ନିର୍ବାପକ ସଂସ୍ଥା ସଜାଗ ରହିବା ସହ ମେଳାରେ ବିକ୍ରି ହେଉଥିବା ଖାଦ୍ୟର ଯାଞ୍ଚ କରିବାକୁ ବୈଠକରେ କୁହାଯାଇଥିଲା। ଅନୁଗୋଳ ତହସିଲଦାର ନେହେରୁ ମାଝି ରାଜସ୍ବ ନିରୀକ୍ଷକଙ୍କ ସହ ଉକ୍ତ ସ୍ଥାନକୁ ଯାଇ ମେଳା ପଡ଼ିଆକୁ ଅନୁଧ୍ୟାନ କର ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଉପଜିଲାପାଳଙ୍କୁ ଅବଗତ କରାଇବେ। ସେହିପରି ଅନୁଗୋଳ ପୌରପାଳିକା ଦ୍ୱାରା ପଲିଥିନ ବ୍ୟବହାର ବନ୍ଦ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଉପଖଣ୍ଡ ପୋଲିସ ଅଧିକାରୀ ଅଶ୍ୱିନୀ କୁମାର ଦାସ, ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଅମରେନ୍ଦ୍ରନାଥ ମହାନ୍ତି, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ଅଙ୍ଗାରବନ୍ଧ ସରପଞ୍ଚ ବସନ୍ତ କୁମାର ମହାଳିକ, ମାଘମେଳା କମିଟିର ସଦସ୍ୟ ବିଜ୍ଞାନ ବେହେରା, ମହିମା ଆଶ୍ରମର ବାବା ଅରୂପ ଦାସ, ବିଶ୍ୱନାଥ ଦାସ, ସୁରେନ୍ଦ୍ର ଦାସଙ୍କ ସମେତ ବିଭିନ୍ନ ବିଭାଗର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri