୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଦୀର୍ଘ ୩ ଦିନବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଦେଶ ବିଦେଶରୁ ଖ୍ୟାତିସମ୍ପନ୍ନ କଳାକାରମାନେ ଯୋଗଦେବେ। ନୃତ୍ୟ ଓ ସଙ୍ଗୀତ ପରିବେଷଣ ମାଧ୍ୟମରେ ଶାନ୍ତିସ୍ତୂପକୁ ସାକ୍ଷୀ ରଖି କଳାକାରମାନେ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିବେ।
ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ଡ୍ୟାନ୍ସ ଏକାଡେମୀର ମିଳିତ ଆୟୋଜନରେ ଆର୍ଟ ଭିଜନ ସହଯୋଗରେ ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବରେ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ ଏବଂ ଲୋକନୃତ୍ୟ ସହ ଦେଶ ବିଦେଶର ସମର କଳା ପ୍ରଦର୍ଶନ କରିବେ। ମହୋତ୍ସବର ଉଦ୍‌ଘାଟନୀ ସନ୍ଧ୍ୟାରେ ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ସୃଜନର କଳାକାରମାନଙ୍କ ଦ୍ୱାରା ସ୍ବତନ୍ତ୍ର ପଲ୍ଲବୀ ପରିବେଷଣ କରାଯିବ। ଏହାବ୍ୟତୀତ ରାମା ବୈଦ୍ୟନାଥନ୍‌ ଓ ସାଥୀଙ୍କ ଦ୍ୱାରା ଭାରତନାଟ୍ୟମ୍‌ ଏବଂ ବିଭୁଦତ୍ତ ଦାସ ଏବଂ ଗ୍ରୁପ୍‌ ଦ୍ୱାରା ଲୋକପ୍ରିୟ ମୟୂରଭଞ୍ଜ ଛଉ ପରିବେଷଣ କରାଯିବ। ସେହିଭଳି ଦ୍ୱିତୀୟ ସନ୍ଧ୍ୟାରେ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଦ୍ୱାରା ମଞ୍ଚସ୍ଥ ହେବାକୁ ଥିବା ‘ଶାନ୍ତି ମନ୍ତ୍ର’ ଆକର୍ଷଣ ରହିବ। କୋଲକାତାର ଶର୍ମିଲା ବିଶ୍ୱାସ ଏବଂ ସାଥୀଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ, ମୁମ୍ବାଇର ଆସ୍ତାଦ୍‌ ଦେବୁ ଏବଂ ଗ୍ରୁପ୍‌ ଦ୍ୱାରା ଏହି ସନ୍ଧ୍ୟାରେ କଣ୍ଟେମ୍ପୋରାରି ନୃତ୍ୟ ପରିବେଷିତ ହେବ। ଉଦ୍‌ଯାପନୀ ସନ୍ଧ୍ୟାରେ ଭୁବନେଶ୍ୱରର ସଚ୍ଚିଦାନନ୍ଦ ଦାସ ଏବଂ ସାଥୀଙ୍କ ଦ୍ୱାରା ମର୍ଦ୍ଦଳ ବାଦନ, ମୁମ୍ବାଇର ରାଜଶ୍ରୀ ସିର୍‌କେ ଏବଂ ଗ୍ରୁପ୍‌ ଦ୍ୱାରା କଥକ ନୃତ୍ୟ ଓ ବାଙ୍ଗାଲୋରର ରଞ୍ଜନ ମୁଲାରାଟ୍‌ ଏବଂ ଗ୍ରୁପ୍‌ ଦ୍ୱାରା କଳାରିପୟାଟୁ ପରିବେଷଣ କରାଯିବ। ଏହି ଅବସରରେ ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ଉତ୍କର୍ଷ ଲାଗି ଓଡ଼ିଶା ଡ୍ୟାନ୍ସ ଏକାଡେମୀ ତରଫରୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତ ବୁଦ୍ଧ ସମ୍ମାନରେ ସମ୍ମାନିତ ହେବେ। ପୁରସ୍କାର ସ୍ବରୂପ ତାଙ୍କୁ ୧ଲକ୍ଷ ଟଙ୍କା ସହ ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ସେହିଭଳି ଓଡ଼ିଶୀ ସଙ୍ଗୀତ ଗୁରୁ ଘନଶ୍ୟାମ ପଣ୍ଡା, ବିଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ଆଲୋକ କାନୁନ୍‌ଗୋ, ଆମେରିକାରେ ଓଡ଼ିଶୀ ନୃତ୍ୟର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଡ. ଦେବୀ ମିଶ୍ର, ଡ. ନିରଞ୍ଜନ ତ୍ରିପାଠୀ, ଡ. ସ୍ବାତୀ ତ୍ରିପାଠୀ ଏବଂ ଜଣାଶୁଣା ମଞ୍ଚ ଆଲୋକ ସମ୍ପାଦନାକାରୀ ଜୟଦେବ ଦାସଙ୍କୁ ଗୁରୁ ଗଙ୍ଗାଧର ପ୍ରଧାନ ସ୍ମୃତି ସମ୍ମାନ ପ୍ରଦାନ କରାଯିବ। ଶୁକ୍ରବାର ଓଡ଼ିଶା ଡ୍ୟାନ୍ସ ଏକାଡେମୀ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ଆର୍‌. ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ ଡ. ରତିକାନ୍ତ ପଟ୍ଟନାୟକ, ଓଡ଼ିଶା ଡ୍ୟାନ୍ସ ଏକାଡେମୀର ଡ. ଅରୁଣା ମହାନ୍ତି ଏବଂ ଆର୍ଟ ଭିଜନର ଇଲିଆନା ଚିତାରିସ୍ତି ଏନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri