୭ରୁ ସଂଗ୍ରହ ହେବ ଡାଲି, ତୈଳବୀଜ

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୭ ତାରିଖରୁ ମାର୍କଫେଡ ଚାଷୀଙ୍କଠାରୁ ଡାଲି ଓ ତୈଳବୀଜ ସଂଗ୍ରହ କରିବ। କେନ୍ଦ୍ର ସରକାରଙ୍କ ଦ୍ୱାରା ସ୍ଥିରୀକୃତ ସର୍ବନିମ୍ନ ସହାୟକ ମୂଲ୍ୟଜ (ଏମ୍‌ଏସ୍‌ପି)ରେ ଚାଷୀମାନଙ୍କଠାରୁ ମୁଗ, ବିରି, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଞ୍ଜି କ୍ରୟ କରାଯିବ। ଚଳିତ ରବିଋତୁ (୨୦୧୯-୨୦)ରେ ଧାର୍ଯ୍ୟଲକ୍ଷ୍ୟ ଅନୁଯାୟୀ ରାଜ୍ୟରେ ୧୪,୧୨୧ ମେଟ୍ରିକ ଟନ୍‌ ମୁଗ, ୫୪୨୫ ମେଟ୍ରକି ଟନ୍‌ ଚିନାବାଦାମ, ୮୭୫୦ ମେଟ୍ରିକ ଟନ୍‌ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯିବ। ଏଫଏକ୍ୟୁ ମାନ ମୁଗର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୭,୦୫୦ ଟଙ୍କା, ବିରି ୫,୭୦୦, ସୂର୍ଯ୍ୟମୁଖୀ ୫,୬୫୦ ଟଙ୍କା ଏବଂ ଚିନାବାଦାମ କୁଇଣ୍ଟାଲ ପିଛା ୫,୦୯୦ ଟଙ୍କା ସ୍ଥିର କରାଯାଇଛି। ନାଫେଡ ପକ୍ଷରୁ ରାଜ୍ୟରେ ମାର୍କଫେଡ ଏବଂ ଓଡ଼ିଶାର ବିଭିନ୍ନ ପ୍ୟାକ୍ସ, ଲ୍ୟାମ୍ପସ, ନିୟନ୍ତ୍ରିତ ବଜାର କମିଟି ଜରିଆରେ ଏହାକୁ ସଂଗ୍ରହ କରାଯିବ। ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ୭ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୫ ତାରିଖ ଯାଏ ଚାଲିବ। ଏଥିପାଇଁ ଜିଲାରେ ଆବଶ୍ୟକ ସଂଖ୍ୟକ ସଂଗ୍ରହ କେନ୍ଦ୍ର ପ୍ରସ୍ତୁତ କରି ଚାଷୀମାନଙ୍କର ନାମ ପଞ୍ଜୀକରଣ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ସମବାୟ ବିଭାଗ ପକ୍ଷରୁ ସମ୍ପୃକ୍ତ ସଂସ୍ଥାଗୁଡିକୁ ଅବଗତ କରାଯାଇ ମାର୍ଗଦର୍ଶିକା ଜାରି କରାଯାଇଛି। ଚାଷୀମାନଙ୍କୁ ଚିହ୍ନଟ କରି ସେମାନଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟା ମେ ୭ ତାରିଖ ମଧ୍ୟରେ ସାରିବାକୁ କୁହାଯାଇଛି। ଏକର ପିଛା ୩ କୁଇଣ୍ଟାଲ ମୁଗ ଓ ବିରି, ୮ କୁଇଣ୍ଟାଲ ଚିନାବାଦାମ ଏବଂ ୫ କୁଇଣ୍ଟାଲ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରିବା ପାଇଁ ନିଷ୍ପତ୍ତି ହୋଇଛି। ରାଜ୍ୟର ୧୬ଟି ଜିଲାରେ ତୈଳବୀଜ ଓ ଡାଲି ସଂଗ୍ରହ ହେବ। ସେହି ଜିଲାଗୁଡିକ ହେଲା ନୂଆପଡା, ବାଲେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ପୁରୀ, ରାୟଗଡା, କଳାହାଣ୍ଡି, ମାଲକାନଗିରି, ବରଗଡ, ଯାଜପୁର, ଖୋର୍ଦ୍ଧା ଏବଂ କେନ୍ଦୁଝର।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri