୭ରେ ତପୋବନ ମହିମା ମେଳା

ଢେଙ୍କାନାଳ ଅଫିସ, ୧୪।୧୦: ନଭେମ୍ବର ୭ରେ କପିଳାସସ୍ଥିତ ତପୋବନ ମହିମା ପୀଠର ବାର୍ଷିକ ମେଳା ଅନୁଷ୍ଠିତ ହେବ। ଏହାକୁ ବିଧି ବ୍ୟବସ୍ଥିତ କରିବାକୁ କାଦୁଆ ତପୋବନ ତଳ ଆଶ୍ରମରେ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନାଗିଆପଶି, ବେଲଟିକିରି ଏବଂ କାଇମାଟି ପଞ୍ଚାୟତର ବୁଦ୍ଧିଜୀବୀ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ନଭେମ୍ବର ୭ କାର୍ତ୍ତିକ ଶୁକ୍ଳ ଦଶମୀ ତିଥିରେ ବାର୍ଷିକ ମେଳା ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ବ୍ରାହ୍ମ ମୁହୂର୍ତ୍ତରେ ଶୂନ୍ୟବ୍ରହ୍ମଙ୍କ ଉଦ୍ଦେଶ୍ୟରେ ଅହ୍ମୁଣିଆ ଲାଗି କରାଯିବା ସହ ବାଲ୍ୟଲୀଳା ସମ୍ପନ୍ନ ହେବ। ଜଗତକଲ୍ୟାଣ କାମନା କରି ୮ ତାରିଖ ଯାଏ ଆହୋରାତ୍ର ଅଖଣ୍ଡ ବ୍ରହ୍ମଜ୍ୟୋତିରେ ଘୃତାହୁତି ଦିଆଯିବ। ଅନ୍ନଯଜ୍ଞ ଲାଗି ଆବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଣ, ରନ୍ଧନ ପ୍ରସ୍ତୁତି ଏବଂ ପରିବେଷଣ ପାଇଁ ସ୍ବେଚ୍ଛାସେବୀଙ୍କୁ ଚୟନ କରାଯାଇଛି।
ବୈଠକରେ କୌପୀନଧାରୀ ମହିମା ସମାଜ ସଭାପତି ଶ୍ରୀମଦ୍‌ ରଘୁନାଥ ବାବା ଅଧ୍ୟକ୍ଷତା କରି ମହିମା ଧର୍ମର ପ୍ରାସଙ୍ଗିକତା ଉପରେ ଆଲୋଚନା କରିଥିଲେ। ମହିମା ଜ୍ୟୋତିଯାତ୍ରାର ମୁଖ୍ୟ ସଂଯୋଜକ ପ୍ରଦ୍ୟୁମ୍ନ ରଥ, ତପୋବନ ପତ୍ରିକାର ସମ୍ପାଦକ ପ୍ରଶାନ୍ତ ମହାପାତ୍ର, ଜ୍ଞାନୀ ବାବା, ନିରାକାର ବାବା, ଦନେଇ ବାବା, ନିବାରଣ ବାବା, ସନକ ବାବା, କରୁଣାକର ବାବା, ସଚେତନ ନାଗରିକ ଫୋରମ୍‌ ସମ୍ପାଦକ ଭରତ ଦାସଙ୍କ ସହ ବହୁ ସାଧୁସନ୍ଥ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri