୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ବୁଧବାର ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ବସିଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଲେ, ସମସ୍ତଙ୍କ ସହଯୋଗ ମିଳିଲେ ମେଳା ସରସ ସୁନ୍ଦର ହୋଇପାରିବ। ପୀଠକୁ ଯିବାକୁ ଥିବା ରାସ୍ତା ନିର୍ମାଣ ୧ ତାରିଖ ସୁଦ୍ଧା ଶେଷ ହେବ ବୋଲି ଡିଏଫ୍‌ଓ ବିମଳ ପ୍ରସାଦ ଆଚାର୍ଯ୍ୟ ସୂଚନା ଦେଇଥିଲେ।
କୌପିନଧାରୀ ମହିମା ସମାଜ ସଭାପତି ବାବା ରଘୁନାଥ ଦାସ ଆଲୋଚନାରେ ଭାଗନେଇ କହିଲେ, ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ତପୋବନ ମହିମା ପୀଠର ଗୁରୁତ୍ୱ ରହିଛି। ପୀଠର ଉନ୍ନତୀକରଣ ପାଇଁ ପ୍ରଶାସନ ଆଗଭର ହେବା ଜରୁରୀ। ନିର୍ମାଣାଧୀନ ରାସ୍ତାକୁ ଅଧିକ ଚଉଡ଼ା କରିବା, ଶ୍ରଦ୍ଧାଳୁମାନଙ୍କ ସୁରକ୍ଷା, ଉପଯୁକ୍ତ ପାର୍କିଂ ବ୍ୟବସ୍ଥା ଏବଂ ପ୍ରସାଦସେବନ ପାଇଁ ଉଦ୍ଦିଷ୍ଟ ସ୍ଥାନକୁ ସମତୁଲ କରିବାକୁ ସେ ନିବେଦନ କରିଛନ୍ତି। ମେଳାକୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଏହାକୁ ନଜରରେ ରଖି ଆବଶ୍ୟକ ପୋଲିସ ମୁତୟନ ହେବେ। ଏଥିସହ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ଆଲୋକୀକରଣ, ସ୍ବାସ୍ଥ୍ୟ ଓ ପରିମଳ ନେଇ ବିସ୍ତୃତ ଆଲୋଚନା କରାଯାଇଛି। ଢେଙ୍କାନାଳ ପୌରସଂସ୍ଥା ପକ୍ଷରୁ ଡଷ୍ଟବିନ୍‌, ଭ୍ରାମ୍ୟମାଣ ପାଇଖାନା, ବ୍ଲକ ପକ୍ଷରୁ ଜେନେରେଟର, ତହସିଲ ପକ୍ଷରୁ ଅସ୍ଥାୟୀ ଆଶ୍ରୟସ୍ଥଳ ପାଇଁ ତାର୍‌ପୋଲିନ, ଅଗ୍ନିଶମ ବିଭାଗ ପକ୍ଷରୁ ଅସ୍ଥାୟୀ ଅଗ୍ନି ନିର୍ବାପକ କେନ୍ଦ୍ର ବ୍ୟବସ୍ଥା କରାଯିବ। ଯାତ୍ରୀଙ୍କୁ ସହାୟତା କରିବାକୁ ସ୍ବେଚ୍ଛାସେବୀ ମୁତୟନ ହେବେ। ମେଳା ଅବସରରେ ଆୟୋଜିତ ହେବାକୁ ଥିବା ଧର୍ମସଭାରେ ତପୋବନ ବାର୍ଷିକ ପତ୍ରିକାକୁ ଜିଲାପାଳ ଉନ୍ମୋଚନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri