Posted inଖେଳ

୭୦୦ତମ ମ୍ୟାଚ୍‌ରେ ମେସିଙ୍କ ଗୋଲ

ବାର୍ସିଲୋନା,୨୮।୧୧- ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟବଲ ଖେଳାଳି ଲିଓନେଲ ମେସି ନିଜର କ୍ଲବ ସ୍ତରୀୟ କ୍ୟାରିୟରର ୭୦୦ତମ ମ୍ୟାଚ୍‌ରେ ଗୋଲ ସ୍କୋର କରିଛନ୍ତି। ତାଙ୍କ ସହ ଲୁଇସ ସୁଆରେଜ (୩୩ତମ ମିନିଟ୍‌) ଓ ଆଣ୍ଟିନୋ ଗ୍ରିଜମ୍ୟାନ(୬୭ତମ)ଙ୍କ ଗୋଲ ବଳରେ ବାର୍ସିଲୋନା ୩-୧ ଗୋଲରେ ବରୁସିଆ ଡର୍ଟମୁଣ୍ଡକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଦଳ ଚାମ୍ପିୟନ୍ସ ଲିଗ୍‌ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛି। ମ୍ୟାଚ୍‌ର ୨୯ତମ ମିନିଟରେ ବାର୍ସିଲୋନା ମେସିଙ୍କ ଗୋଲ ଜରିଆରେ ଖାତା ଖୋଲିଥିଲା। ବାର୍ସିଲୋନା ପାଇଁ ୭୦୦ ମ୍ୟାଚ୍‌ ଖେଳିିଥିବା ମେସିଙ୍କ ନାମରେ ୬୧୩ ଗୋଲ ଓ ୨୩୭ ଆସିଷ୍ଟ ରହିଛି। ଚାମ୍ପିୟନ୍ସ ଲିଗ୍‌ରେ ସେ ଏପର୍ଯ୍ୟନ୍ତ ୩୪ଟି ଦଳ ବିପକ୍ଷରେ ଗୋଲ ସ୍କୋର କରିସାରିଛନ୍ତି। ତେବେ ବାର୍ସିଲୋନା ପାଇଁ ଏଭଳି ମାଇଲଷ୍ଟୋନ ସ୍ପର୍ଶ କରିବାରେ ମେସି ଦ୍ୱିତୀୟ ଖେଳାଳି। ଡିଫେଣ୍ଡିଂ ଚାମ୍ପିୟନ ବାର୍ସିଲୋନା ପକ୍ଷରୁ ଜାଭି ହେର୍ନାଣ୍ଡେଜ ସର୍ବାଧିକ ୭୬୭ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri