ପୁରୀ ଅଫିସ, ୪।୧୧: ପୁରୀ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କୁ ସବୁ ପ୍ରକାର ସହାୟତା ଯୋଗାଇବାକୁ ଜିଲା ପ୍ରଶାସନ ତରଫରୁ ଆରମ୍ଭ ହୋଇଛି ‘ପ୍ରଫୁଲ୍ଲ ଯୋଜନା’। ଏହି ଯୋଜନାରେ ନୂତନ ଭାବରେ ଚିହ୍ନଟ ହୋଇଥିବା ୭୦ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ ଲାଗି ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଛି। ଏଥିଲାଗି ଗତ ଅଗଷ୍ଟ ୨୦ରେ ସଂସ୍କୃତି ଭବନରେ ଦିବ୍ୟାଙ୍ଗଙ୍କ କୃତ୍ରିମ ଅଙ୍ଗ ମାପ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗ୍ୟ ବିବେଚିତ ହୋଇଥିବା ଦିବ୍ୟାଙ୍ଗମାନେ ଏହି କୃତ୍ରିମ ଅଙ୍ଗ ପାଇବେ। ଏହି କୃତ୍ରିମ ଅଙ୍ଗ ବିତରଣ କ୍ୟାମ୍ପ ନଭେମ୍ବର ୭ତାରିଖ ପୂର୍ବାହ୍ନ ୧୦ଟାରେ ସମୁଦ୍ରକୂଳ ଥାନା ସମ୍ମୁଖ ସଦ୍ଭାବନା ଗୃହଠାରେ ଅନୁଷ୍ଠିତ ହେବ। ଯୋଗ୍ୟ ହିତାଧିକାରୀ ସୂଚିତ ସମୟ ଓ ସ୍ଥାନରେ ପହଞ୍ଚିବା ପାଇଁ ଜିଲା ସମାଜ ସୁରକ୍ଷା ଅଧିକାରୀ ତ୍ରିନାଥ ପାଢ଼ୀ ଜଣାଇଛନ୍ତି। ଏ ସମ୍ପର୍କରେ ଅଧିକ ସୂଚନା ପାଇଁ ହିତାଧିକାରୀମାନେ ମୋବାଇଲ ନଂ. ୯୪୩୯୦୭୬୯୬୬କୁ ଯୋଗାଯୋଗ କରିପାରିବେ ବୋଲି ସେ କହିଛନ୍ତି ।
Posted inଆମ ଜିଲା ଖବର, ପୁରୀ View All
ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…
ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…
୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…
ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…
ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…
ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…
ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…
ଓରାଙ୍ଗଉଟାନ ଲିଙ୍କ୍ରେ ନୂଆ ସିସିଟିଭି ଫୁଟେଜ୍: ସାମ୍ନାକୁ ଆସିଲା ରାତିଅଧର…
ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍ ନେଇ ଚାଲିଥିବା ଛାନଭିନ୍ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…
ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…
ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…
୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

