Posted inଖେଳ

୭୦ ବର୍ଷରେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭- ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ବୁଧବାର ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ କ୍ରିକେଟର ଓ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଲିଟିଲ ମାଷ୍ଟର ଭାବେ ପରିଚିତ ବ୍ୟାଟ୍ସମ୍ୟାନ ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଟୁଇଟରରେ ଉଭୟଙ୍କର ଫଟୋ ଶେୟାର କରି ଗାଭାସ୍କରଙ୍କୁ ଶୁଭେଚ୍ଛା ଦେଇଛନ୍ତି। ସ୍ବତନ୍ତ୍ର ଖେଳାଳିଙ୍କୁ ଜନ୍ମଦିନର ଅନେକ ଶୁଭକାମନା। କ୍ରିକେଟ ପ୍ରତି ତାଙ୍କ ଉତ୍ସାହ ଏବେ ମଧ୍ୟ ଯୁବ ଖେଳାଳିଙ୍କ ଲାଗି ପ୍ରେରଣାର ଉତ୍ସ। ଭଗବାନ ତୁମକୁ ଖୁସିରେ ଓ ସୁସ୍ଥ ରଖନ୍ତୁ ବୋଲି ସଚିନ ଟୁଇଟ୍‌ କରିଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇଥିବା ତାଲିକାରେ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ଭାରତୀୟ ଓପ୍‌ନର ଶିଖର ଧାଓ୍ବନ ଓ ବିସିସିଆଇ ମଧ୍ୟ ରହିଛନ୍ତି। ଗାଭାସ୍କର ଦେଶ ପାଇଁ ୧୨୫ ଟେଷ୍ଟ ଖେଳି ୧୦,୧୨୨ ରନ୍‌ କରିଛନ୍ତି। ଯେକୌଣସି ଫର୍ମାଟରେ ୧୦ ହଜାର ରନ୍‌ ପୂରଣ କରିବାରେ ସେ ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?