Posted inଜାତୀୟ

୭୧ ବର୍ଷରେ ଆମେରିକା ଗସ୍ତ କରିଛନ୍ତି ୯ ଭାରତୀୟ ପ୍ରଧାନମନ୍ତ୍ରୀ: ମନମୋହନ ସର୍ବାଧିକ

ନୂଆଦିଲ୍ଲୀ,୨୪।୨: ଭାରତ ସ୍ବାଧୀନ ହେବାପରେ ଗତ ୭୧ ବର୍ଷ ମଧ୍ୟରେ ୯ ଜଣ ଭାରତୀୟ ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସର୍ବାଧିକ ଅଧିକ ଥର ଆମେରିକା ଗସ୍ତ କରିଛନ୍ତି। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ୧୯୪୯ ଅକ୍ଟୋବର ୧୧ରେ ଆମେରିକା ଗସ୍ତ କରିଥିଲେ। ଏହାପରେ ୧୯୫୬ ଡିସେମ୍ବର ୧୬, ୧୯୬୦ ସେପ୍ଟେମ୍ବର ୨୬ ଏବଂ ୧୯୬୧ ନଭେମ୍ବରରେ ସେ ଆମେରିକା ଗସ୍ତ କରିଥିଲେ। ୧୯୬୬ ମାର୍ଚ୍ଚ ୨୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଆମେରିକା ଗସ୍ତରେ ଯାଇଥିଲେ। ଏହାପରେ ୧୯୬୮ ଅକ୍ଟୋବର ୧୪ ଏବଂ ୧୯୭୦ରେ ଇନ୍ଦିରା ଗାନ୍ଧୀ ଆମେରିକା ଗସ୍ତ କରିଥିଲେ। ଇନ୍ଦିରାଙ୍କ ପରେ ୧୯୭୮ ଜୁନ୍‌ରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇ ଆମେରିକା ଗସ୍ତ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ୧୯୮୫ ଅକ୍ଟୋବର ୨୨ରେ ଆମେରିକା ଗସ୍ତରେ ଯାଇଥିଲେ। ଏହାପରେ ୧୯୮୭ ଏବଂ ୧୯୮୮ରେ ମଧ୍ୟ ରାଜୀବ ଆମେରିକା ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ ୧୯୯୨ ଜାନୁୟାରୀରେ ଆମେରିକା ଗସ୍ତ କରିଥିଲେ। ଏହାପରେ ୧୯୯୪ ମେ ଏବଂ ୧୯୯୫ ଅକ୍ଟୋବରରେ ସେ ଆମେରିକା ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ଇନ୍ଦ୍ରକୁମାର ଗୁଜରାଲ ୧୯୯୭ ସେପ୍ଟେମ୍ବରରେ ଆମେରିକା ଗସ୍ତ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୧୯୯୮ ସେପ୍ଟେମ୍ବର ୨୨ରେ ଆମେରିକା ଗସ୍ତରେ ଯାଇଥିଲେ। ଏହାପରେ ୨୦୦୦ ସେପ୍ଟେମ୍ବର, ୨୦୦୧ ନଭେମ୍ବର, ୨୦୦୨ ସେପ୍ଟେମ୍ବରରେ ମଧ୍ୟ ସେ ଆମେରିକା ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ମନମୋହନ ସିଂ ୨୦୦୪ ସେପ୍ଟେମ୍ବରରେ ଆମେରିକା ଗସ୍ତ କରିଥିଲେ। ଏହାପରେ ସେ ୨୦୦୫ ଜୁଲାଇ, ୨୦୦୫ ସେପ୍ଟେମ୍ବର, ୨୦୦୮ ସେପ୍ଟେମ୍ବର, ୨୦୦୮ ନଭେମ୍ବର, ୨୦୦୯ ସେପ୍ଟେମ୍ବର, ୨୦୧୦ ଏପ୍ରିଲ୍‌ ଏବଂ ୨୦୧୧ ସେପ୍ଟେମ୍ବରରେ ଆମେରିକା ଗସ୍ତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ମେରେ ଆମେରିକା ଗସ୍ତ କରିଥିଲେ। ୨୦୧୯ ସେପ୍ଟେମ୍ବର ୨୨ରେ  ହାଓ୍ବଡି ମୋଦି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ଆମେରିକା ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri