Posted inଜାତୀୟ

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି ଐତିହାସିକ ଚିତ୍ର ଦେଖିବାକୁ ମିଳିପାରେ। କେନ୍ଦ୍ରର ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତି ପରେ ଉପତ୍ୟକାର ସମସ୍ତ ପ୍ରମୁଖ ସ୍ଥାନରେ ତ୍ରିରଙ୍ଗା ଉଡ଼ାଇବା ଲାଗି ସ୍ଥିର କରାଯାଇଛି। ଏହାକୁ ବାସ୍ତବ ରୂପ ଦେବା ପାଇଁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କୁ ନିରାପତ୍ତାର ଗୁରୁଦାୟିତ୍ୱ ଦିଆଯାଇଛି। ସ୍ବାଧୀନତା ଦିବସରେ ଦେଶବାସୀ ପ୍ରଥମଥର ପାଇଁ ଏଭଳି ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମର ସାକ୍ଷ ହେବାକୁ ଯାଉଥିବାରୁ ଲାଲକିଲ୍ଲାରୁ ଲାଲଚୌକ ପର୍ଯ୍ୟନ୍ତ ସବୁଠି କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ପାହ୍ୟା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ହଟାଇ ଏହି ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ନିଷ୍ପତ୍ତିକୁ ୮ ଦିନ ବିତିଛି। ଶନିବାର ସମଗ୍ର ଉପତ୍ୟକାରେ ଶାନ୍ତିପୂର୍ଣ୍ଣ ଭାବେ ଇଦ୍‌ ପାଳନ କରାଯାଇଥିବାବେଳେ ଆଉ ଦୁଇଦିନ ଗଲେ ସ୍ବାଧୀନତା ଦିବସ ପାଳନ କରାଯିବ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଗୁରୁବାର ଶ୍ରୀନଗର ଯାଇ ଲାଲଚୌକରେ ତ୍ରିରଙ୍ଗା ଉଡ଼ାଇବେ। ଏଥିପାଇଁ ସମଗ୍ର ଉପତ୍ୟକାରେ ଜମ୍ମୁ-କଶ୍ମୀର ପୋଲିସ, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌), ଇଣ୍ଡୋ-ତିବ୍ବତୀୟ ବର୍ଡର ପୋଲିସ (ଆଇଟିବିପି) ଏବଂ ଅନ୍ୟ ଅର୍ଦ୍ଧସାମରିକ ସୁରକ୍ଷା ବାହିନୀ ଯବାନମାନଙ୍କୁ ମୁତୟନ କରାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଦିଲ୍ଲୀରେ ମଧ୍ୟ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଅଧିକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଶାହଙ୍କ ଶ୍ରୀନଗର ଗସ୍ତ ନେଇ ସୁରକ୍ଷା ଦୃଷ୍ଟିରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆନୁଷ୍ଠାନିକ ଭାବେ କୁହାଯାଇ ନ ଥିଲେ ମଧ୍ୟ କାର୍ଯ୍ୟକ୍ରମ ଏକପ୍ରକାର ଚୂଡ଼ାନ୍ତ ହୋଇଥିବା ସୂତ୍ରରୁ ସୂଚନା ମିଳିଛି। ଶାହ ଲାଲଚୌକରେ ଜାତୀୟ ପତାକା ଉତ୍ତୋଳନ କରିବା ସମୟରେ ସେଠାରେ ଏନ୍‌ଏସ୍‌ଏ ଅଜିତ ଡୋଭାଲ ଉପସ୍ଥିତ ରହିବେ। ଶାହ ୧୬ ଓ ୧୭ ତାରିଖରେ ନବଗଠିତ ଅନ୍ୟ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ ଗସ୍ତ କରିବେ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ୧୯୯୨ରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ବରିଷ୍ଠ ଭାଜପା ନେତା ମୁରଲୀ ମନୋହର ଜୋଷୀଙ୍କ ସହ ମୋଦି ଲାଲଚୌକରେ ଜାତୀୟ ପତାକା ଉଡ଼ାଇଥିଲେ। ୧୯୪୮ରେ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏଠାରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri