Posted inଜାତୀୟ

୭୫ ପ୍ରତିଶତ ଭାରତବାସୀ ଧର୍ମନିରପେକ୍ଷତା ଉପରେ କରନ୍ତି ବିଶ୍ୱାସ: ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୧୩।୬: ଦେଶର ତିନି ଚତୁର୍ଥାଂଶ ଲୋକ ଅର୍ଥାତ୍‌ ୭୫ ପ୍ରତିଶତ ଲୋକ ଧର୍ମନିରପେକ୍ଷତା ଉପରେ ବିଶ୍ୱାସ କରନ୍ତି। ସେଣ୍ଟର ଫର୍‌ ଷ୍ଟଡିଜ୍‌ ଅଫ୍‌ ଡେଭଲପିଙ୍ଗ୍‌ ସୋସାଇଟିଜ୍‌(ସିଏସ୍‌ଡିଏସ୍‌) ଦ୍ୱାରା କରାଯାଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଏସବୁ ଲୋକ ସୋସିଆଲ୍‌ ମିଡ଼ିଆ ବ୍ୟବହାର କରିଥାନ୍ତି। ତେବେ ସୋସିଆଲ୍‌ ମିଡ଼ିଆ ବ୍ୟବହାର କରୁ ନ ଥିବା ୭୩ ପ୍ରତିଶତ ମଧ୍ୟ ଧର୍ମନିରପେକ୍ଷତାରରେ ବିଶ୍ୱାସ ରଖନ୍ତି। ଅପରପକ୍ଷରେ ବିଭିନ୍ନ ସୋସିଆଲ୍‌ ମିଡ଼ିଆ ସହ ଜଡ଼ିତ ଥିବା ୧୯ ପ୍ରତିଶତ ଲୋକ ଭାରତ ଏକ ହିନ୍ଦୁ ଦେଶ ବୋଲି କହିଥାନ୍ତି। ସେହିପରି ସୋସିଆଲ୍‌ ମିଡ଼ିଆ ସହିତ ଜଡ଼ିତ ନ ଥିବା ୧୭ ପ୍ରତିଶତଙ୍କ ମଧ୍ୟରେ ଏଭଳି ଭାବନା ରହିଥିବା ରିପୋର୍ଟରେ ଦର୍ଶାଯାଇଛି। ସର୍ଭେ ଏପ୍ରିଲ୍‌ ମେ ମାସରେ ହୋଇଥିବାବେଳେ ଏଥିରେ ୨୬ଟି ରାଜ୍ୟର ୨ ଶହ ୧୧ ସଂସଦୀୟ କ୍ଷେତ୍ରକୁ ସାମିଲ୍‌ କରାଯାଇଥିଲା। ଏଥିରେ ୨୬ ହଜାର ୨ଶହ ୩୬ ଲୋକଙ୍କ ମତାମତ ଲୋଡାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri