୭୬ ଦିନ ମଧ୍ୟରେ ଭାରତରେ କରୋନା ସଂକ୍ରମଣ  ଶୀର୍ଷରେ ପହଞ୍ଚିବ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି କ୍ରମଶଃ ସଙ୍କଟ ଜେନକ ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ ହୋଇଛି। ଏଥିରେ କୁହାଯାଇଛି ଯେ, ଦେଶରେ କରୋନା ସଂକ୍ରମଣ ୩୪ ଦିନରୁ ୭୬ ଦିନ ମଧ୍ୟରେ ଶୀର୍ଷରେ ପହଞ୍ଚିବାର ଆଶଙ୍କା ରହିଛି। ପ୍ରାୟତଃ ନଭେମ୍ବର ବେଳକୁ ଏହି ସମୟ ଆସିବ ବୋଲି ଆଇସିଏମ୍‌ଆର୍‌ କହିଛି। ଏହି ସମୟରେ ଦେଶରେ ଅଧିକ ଆଇସୋଲେଶନ ସେଣ୍ଟର, ଆଇସିୟୁ ଶଯ୍ୟା, ଭେଣ୍ଟିଲେଟର ଆଦିର ଆବଶ୍ୟକତା ପଡ଼ିବ। ଲକ୍‌ଡାଉନ୍‌ ଯୋଗୁ ସୁଫଳ ମିଳିଛି। ତେଣୁ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚିବା ସମୟ ୮ ସପ୍ତାହ ପଛେଇ ଯାଇଛି। ତେବେ ସାମାଜିକ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ଅଧିକ ଗୁରୁତ୍ୱ ଦେବାର ସମୟ ଆସିଥିବା ଏହି ରିପୋର୍ଟରେ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୯ରୁ ୯୭ ପ୍ରତିଶତ ପର୍ଯ୍ୟନ୍ତ କମି ଯାଇଛି। ଲକ୍‌ ଡାଉନ୍‌ ସମୟରେ ମଧ୍ୟରେ ସରକାର ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଡ଼ କରିବା ସହିତ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକୁ ସୁଦୃଢ଼ କରିବାକୁ ସକ୍ଷମ ହୋଇପାରିଛନ୍ତି। ଲକ୍‌ଡାଉନ୍‌ ପରେ ସାର୍ବଜନୀକ ସୁବିଧା ସୁଯୋଗ ୬୦ ପ୍ରତିଶତ ପର୍ଯ୍ୟନ୍ତ ସଫଳ ହୋଇପାରିଛି। ଅବଶିଷ୍ଟ ସ୍ବାସ୍ଥ୍ୟ ସୁବିଧା ନଭେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଯୋଗାଇବା ସମ୍ଭବ ହୋଇପାରିବାର ଆଶା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?