୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ

ଫୁଲବାଣୀ ଅଫିସ, ୧୨ା୩:   କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି। ରାସ୍ତା ନ ଥିବାରୁ ଗାଁକୁ ବିଜୁଳି, ସ୍ବାସ୍ଥ୍ୟ ସେବା ପହଞ୍ଚି ପାରୁନାହିଁ। ଏ ନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ଜିଲା ପ୍ରଶାସନର ଆନ୍ତରିକତା ଅଭାବ ପରିଲକ୍ଷିତ ହେଉଛି। ବୁଧବାର କୋଏରମାଣ୍ଡୁ ପଞ୍ଚାୟତ ଅନ୍ତର୍ଗତ ୭ଟି ଗ୍ରାମର ଶତାଧିକ ଗ୍ରାମବାସୀ ଜିଲାପାଳ ଡ. ବୃନ୍ଦା ଡ଼ିଙ୍କ ନିକଟରେ ଏହି ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ସେମାନେ ବିକାଶ କ’ଣ ଏ ଯାଏ ଜାଣି ନାହାନ୍ତି। ବାରାହାଲା, ବେରେଣୀ, ଦୁବସରା, ତିଲେକାପଦର, ବଡ଼ିଗାଁ, ଗୁମ୍ବାଙ୍ଗି ଓ ସରୁପାଜୁ ଗ୍ରାମକୁ ଯିବାକୁ ନିତିଦିନିଆ ରାସ୍ତା ବି ନାହିଁ। ଫିରିଙ୍ଗିଆ ସଦର ମହକୁମାରୁ ୫୦ କି.ମି. ଦୂର କୋଏରମାଣ୍ଡୁରୁ ୮ରୁ ୯ କି.ମି. ଦୂରତା ମଧ୍ୟରେ ଏହିସବୁ ଗ୍ରାମ। ରାସ୍ତା ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଗର୍ଭବତୀ, ରୋଗୀ କାନ୍ଧ ଭାରରେ ବୁହାହୋଇ ଡାକ୍ତରଖାନା ଯାଇଥାନ୍ତି। ବିଜୁଳି ଆଲୋକ ସାତସପନ ହୋଇଛି। ଡିବିରି ଆଲୁଅକୁ ଭରସା କରି ଚଳି ଆସୁଛନ୍ତି। ପିଇବା ପାଣି ପାଇଁ ଚୂଆ ଓ ନାଳ ଉପରେ ନିର୍ଭର କରିବାକୁ ପଡ଼ୁଛି। ଗ୍ରାମର ଲୋକେ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରି ଚଳି ଥାଆନ୍ତି। କାରଣ ସରକାରଙ୍କର ଏମ୍‌ଜିଏନ୍‌ଆର୍‌ଇଜିଏସ ହେଉ କିମ୍ବା ଲେବର କାର୍ଡ଼ ହେଉ କୌଣସି ଯୋଜନା ଏମାନଙ୍କ ପାଖରେ ପହଞ୍ଚି ପାରିନାହିଁ। ଏଭଳି ଅନେକ ସମସ୍ୟା ନେଇ ଅତି ଦୟନୀୟ ଅବସ୍ଥାରେ ଚଳନ୍ତି ଏହି ଗ୍ରାମର ଶତାଧିକ ଲୋକମାନେ। ଏ ନେଇ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର କହିଛନ୍ତି, ଉପରୋକ୍ତ ଉପାନ୍ତ ଗ୍ରାମଗୁଡିକରେ ଖୁବଶୀଘ୍ର ବିଦ୍ୟୁତ ସଂଯୋଗ ବ୍ୟବସ୍ଥା କରାଯିବ। ରାସ୍ତା ପାଇଁ ଜିଲାପାଳଙ୍କ ସହ କଥା ହେବେ ବୋଲି କହିଛନ୍ତି। ଗ୍ରାମଗୁଡ଼ିକ ପାହାଡ଼ିଆ ରାସ୍ତା ହୋଇଥିବାରୁ ଏହାର ଉନ୍ନତୀକରଣ କରାଯାଇପାରିନାହିଁ। ଖୁବଶୀଘ୍ର ସମସ୍ୟା ସମାଧାନ ହେବ। କୋଏରମାଣ୍ଡୁ ସରପଞ୍ଚ ପଦ୍ମାବତୀ କହଁର, ବ୍ଲକ ଉପାଧ୍ୟକ୍ଷ ସସ୍ମିତା ଦିଗାଳ,୩ ନଂ ଓ୍ବାଡ଼ ସଭ୍ୟା ସାଇବାଣୀ ବଗର୍ତ୍ତିୀ, ସିନୁରା କହଁର, ରାଇଜନ କହଁରଙ୍କ ସମେତ ୫୦ରୁ ଉର୍ଦ୍ଧ ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରି ଦାବି ପତ୍ର ପ୍ରଦାନ କରିଛନ୍ତି। ଖୁବଶୀଘ୍ର ଗ୍ରାମଗୁଡିକୁ ବିଜୁଳି ଓ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହିତ ରାସ୍ତା କାମପାଇଁ ଯୋଜନା ପ୍ରସ୍ତୁତ ହେବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri