୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଦକ୍ଷିଣ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ରାୟଗଡା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ଅନୁଗୋଳ, ଜଗତସିଂହପୁର, କଟକ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୨୧.୫, କେନ୍ଦୁଝର ୪୭.୬, ତାଳଚେର ୪୦, ବଲାଙ୍ଗୀର ୧୦.୬, ଟିଟିଲାଗଡ ୯.୮, ସୋନପୁର ୧୧.୮, ନୟାଗଡ ୩୭.୧, ବୌଦ୍ଧ ୫୬.୨ ଏବଂ ଛତ୍ରପୁରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।