୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ ଯାଏ ଲମ୍ବିଛି। ଫଳରେ ଆସନ୍ତା ୨୪ ଘଣ୍ଟା ରାଜ୍ୟର ୭ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ୨୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଢେଙ୍କାନାଳ, ବୌଦ୍ଧରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ସେହିଭଳି ୭ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଟିଟିଲାଗଡ଼ରେ ସର୍ବାଧିକ ୫୪ ମିମି ବର୍ଷା ହୋଇଥିବାବେଳେ ଛତ୍ରପୁରରେ ୩୨.୬, କୋରାପୁଟ ୨୪, ଅନୁଗୋଳ ୨୪, ବଲାଙ୍ଗୀର ୧୮, ସମ୍ବଲପୁର ୧୪, ଚାନ୍ଦବାଲି ୧୩, ପାରଳାଖେମୁଣ୍ଡି ୧୨.୪, ଭୁବନେଶ୍ୱର ୧୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ପାଣି ଜମିବା ସହିତ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଅନ୍ୟପଟେ ଗତ ଜୁନ୍‌ ୧ରୁ ଜୁଲାଇ ୪ ମଧ୍ୟରେ ଓଡ଼ିଶାରେ ୨୦୯.୩ ମିମି ମୌସୁମୀ ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୨୫୬.୧ମିମି ଠାରୁ ୧୮ପ୍ରତିଶତ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri