୭ ଦଫା ଦାବି ନେଇ ଖଣି, କାରଖାନା ଘେରିଲେ

ଯୋଡ଼ା, ୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଦେଓଝର ପଞ୍ଚାୟତବାସୀ ୭ ଦଫା ଦାବି କରି ସୋମବାର ଶାରଦା ଖଣି ଓ ଜିନ୍ଦଲ କାରଖାନାକୁ ଘେରିଛନ୍ତି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପଞ୍ଚାୟତର ପ୍ରାୟ ୭୦୦ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଏକ ଶୋଭାଯାତ୍ରାରେ ବାହାରି ଉଭୟ ଖଣି କର୍ତ୍ତୃପକ୍ଷଙ୍କୁ ବିଭିନ୍ନ ଦାବି କରି ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏକ ବିରାଟ ପଟୁଆରରେ ଆଦିବାସୀମାନେ ପରମ୍ପାରିକ ଅସ୍ତ୍ରଶସ୍ତ୍ର ଧରି ଖଣି ଓ କାରଖାନା କାର୍ଯ୍ୟାଳୟକୁ ଯାଇଥିଲେ। ଅତୀତରେ ଖଣି ଏବଂ ଶିଳ୍ପ ଆରମ୍ଭ ହେବା ବେଳକୁ ଅଞ୍ଚଳବାସୀଙ୍କୁ ନିଯୁକ୍ତି, ପରିବହନ, ଅଞ୍ଚଳର ପାରିପାର୍ଶ୍ୱିକ ଉନ୍ନତି ପାଇଁ ଦିଆଯାଇଥିବା ପ୍ରତିଶ୍ରୁତିକୁ ଖିଲାପ କରିଥିବାରୁ ଅଞ୍ଚଳବାସୀ ବାରମ୍ବାର ଖଣି ଓ ଶିଳ୍ପ କାରଖାନାର କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିଲେ ା ମାତ୍ର ଖଣି ଓ କାରଖାନା କର୍ତ୍ତୃପକ୍ଷ ଏଦିଗରେ ଦୃଷ୍ଟି ଦେଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେମାନେ କରିଥିବା ବିଭିନ୍ନ ଦାବି ଗୁଡିକର ଯଥାଶୀଘ୍ର ସମାଧାନ କରା ନ ଗଲେ ଆଗାମୀ ଦିନରେ ଧାରଣା ଓ ଆନ୍ଦୋଳନ କରାଯିବାର ନିଷ୍ପତ୍ତି ନିଆଯାଇଥିବା ପୂର୍ବତନ ଯୋଡା ବ୍ଲକ ଅଧ୍ୟକ୍ଷ ସୁବାଷ ନାଏକ, ପୂର୍ବତନ ଯୋଡା ବ୍ଲକ ଉପାଧ୍ୟକ୍ଷ ଯୋଗେନ୍ଦ୍ର କୁମାର ବେହେରା କହିଛନ୍ତି। ଏହି ରାଲିରେ ଗ୍ରାମର ଗୁରୁଚରଣ ମହାନ୍ତ, ଶିବ ଚରଣ ମହାନ୍ତ, ବିର୍ସି ମୁଣ୍ଡା, ଅଶାଢୁ ନାଏକ, ରତ୍ନା ଦାମୁ, ଲକ୍ଷ୍ମଣ ବାରିକ ପ୍ରମୁଖଙ୍କ ସହିତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri