Posted inପୁରୀ

୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଫନୀରେ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ବେଳେ ସହାୟତା ପାଇଁ ସରକାରଙ୍କ ନିଷ୍ପତ୍ତି କ୍ରମେ ତଦନ୍ତ ହୋଇଥିଲା। ହେଲେ ଏହି ତଦନ୍ତରେ ବ୍ୟାପକ ଅନିୟମିତତା ହେବାରୁ ଅନେକ ଯୋଗ୍ୟ ହିତାଧିକାରୀ ସହାୟତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଏ ନେଇ ପ୍ରଶାସନ ନିକଟରେ ଅଭିଯୋଗ କରିବା ପରେ ଉଚ୍ଚପଦାଧିକାରୀମାନେ ଆସି ତଦନ୍ତ କରିଥିଲେ। ଉକ୍ତ ତଦନ୍ତ ତାଲିକାକୁ ପୁରୀ ଜିଲାପାଳ ସ୍ବୀକୃତି ପ୍ରଦାନ କରିବା ସହ ସରକାରଙ୍କଠାରୁ ଅର୍ଥ ମଞ୍ଜୁର ଆଣି ଉଭୟ ବ୍ଲକର ୩୨ ପଞ୍ଚାୟତ ମଧ୍ୟରୁ ୨୮ପଞ୍ଚାୟତର ହିତାଧିକାରୀଙ୍କ ଜମାଖାତାକୁ ଟଙ୍କା ହସ୍ତାନ୍ତର କରିଥିଲେ। କିନ୍ତୁ କୃଷ୍ଣପ୍ରସାଦ ବ୍ଲକର ଅରଖକୁଦା, ମାଣିକା, ଗୋପୀନାଥପୁର ପଣସପଦା ପଞ୍ଚାୟତରେ ଥିବା ହିତାଧିକାରୀଙ୍କ ଜମାଖାତାକୁ ଟଙ୍କା ପଠାଯାଇ ନ ଥିବା ଅଭିଯୋଗ କରିଥିଲେ। ଏ ନେଇ ପୁନର୍ବାର ଆରଆଇ, ଅମିନ ଓ ପିଅନ ତଦନ୍ତ କରି ୧୫ ହଜାର ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ମାତ୍ର ୯ ହଜାର ହିତାଧିକାରୀ ତାଲିକା ସିଦ୍ଧାନ୍ତ ହୋଇଥିଲା। ତାଲିକା ସାର୍ବଜନୀନ ହେଉ ନ ଥିବାରୁ ହିତାଧିକାରୀମାନେ ଜାଣିପାରୁ ନ ଥିବାରୁ ସେମାନେ ମତ୍ସ୍ୟଜୀବୀ ସଂଘକୁ ଜଣାଇଥିଲେ। ଫଳରେ ସଂଘ ସଭାପତି ସଦାଶିବ ଜେନାଓ ସମ୍ପାଦକ ସୀମାଞ୍ଚଳ ବେହେରାଙ୍କ ନେତୃତ୍ୱରେ ତାଲିକା ସାର୍ବଜନୀନ କରିବା, ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ସଚଳ କରିବା, ତୁରନ୍ତ ପକ୍କାଘର ଯୋଗାଇ ଦିଆଯିବା ଆଦି ୭ଦଫା ଦାବି ନେଇ ତହସିଲ ଅଫିସ ସମ୍ମୁଖରେ ପ୍ରତିବାଦ ସଭା କରିଥିଲେ। ପରେ ସଂଘ ପକ୍ଷରୁ ଏକ ଦାବିପତ୍ର ବ୍ରହ୍ମଗିରି ତହସଲଦାର ନ ଥିବାରୁ ଅତିରିକ୍ତ ତହସିଲଦାର ହେମନ୍ତ ଭାରିମଲ୍ଲଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍‌, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ

ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri